ଆଇପିଏଲ ୧୪

ଏକାକୀ ଲଢ଼ିଲେ ସାମସନ: ମାତ୍ର ଦିଲ୍ଲୀକୁ ରୋକିପାରିଲେନି

ଅବୁ ଧାବୀ: ରାଜସ୍ଥାନ ରୟାଲ୍ସ ପକ୍ଷରୁ ଅଧିନାୟକ ସଞ୍ଜୁ ସାମସନ ଏକାକୀ ଶେଷ ପର୍ଯ୍ୟନ୍ତ ସଂଘର୍ଷ କରିଥିଲେ ବି ଦଳକୁ ଜିତାଇ ପାରିନାହାନ୍ତି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ଦଶମ ମ୍ୟାଚରେ ଅଷ୍ଟମ ବିଜୟ ହାସଲ କରି ୧୬ ପଏଣ୍ଟ ସହ ପୁଣି ଥରେ ଟେବଲର ଶୀର୍ଷକୁ ଉନ୍ନୀତ ହୋଇ ପ୍ଲେ ଅଫ ଖେଳିବାର ନିକଟତର ହୋଇଛି। ଦିଲ୍ଲୀ ଦ୍ବାରା ଧାର୍ଯ୍ୟ ୧୫୫ ରନର ବିଜୟ ଲକ୍ଷ୍ୟର ପିଛା କରି ବ୍ୟାଟିଂ କରିଥିବା ରାଜସ୍ଥାନ ପକ୍ଷରୁ ଅଧିନାୟକ ସାମସନ ନମ୍ବର ୩ରେ ବ୍ୟାଟିଂ ପାଇଁ ଆସି ଶେଷ ପର୍ଯ୍ୟନ୍ତ ଅପରାଜିତ ୭୦ ରନ କରିଥିଲେ ବି ଦଳକୁ ବିଜୟୀ କରିପାରି ନ ଥିଲେ। ତାଙ୍କୁ ଆଉ କେହି ଭଲ ପାର୍ଟନରଶିପ ଦେବାରେ ସହଯୋଗ କରିପାରି ନ ଥିଲେ। ମହିପାଲ ଲୋମରର ଦ୍ବିତୀୟ ସର୍ବାଧିକ ୧୯ ରନ କରିଥିଲା ବେଳେ ରାଜସ୍ଥାନ ୧୨୧/୬ରେ ସୀମିତ ରହି ୩୩ ରନରେ ମ୍ୟାଚ ହାରି ଯାଇଥିଲା। ଦିଲ୍ଲୀ ପକ୍ଷରୁ ସମସ୍ତ ୫ ବୋଲର ୱିକେଟ ନେବା ସହ ଭଲ ବୋଲିଂ କରି ରାଜସ୍ଥାନକୁ ଅଟକାଇବାରେ ସଫଳ ହୋଇଥିଲେ।

ବାଙ୍ଗାଲୋରକୁ ହରାଇଲା ଚେନ୍ନାଇ

ଶାରଜାହ: ଶୁକ୍ରବାର ଶାରଜାହଠାରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ୍ (ସିଏସ୍‌କେ ) ୬ ୱିକେଟରେ ରୟାଲ୍ ଚାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)କୁ ପରାସ୍ତ କରି ଚମତ୍କାର ବିଜୟ ହାସଲ କରିଛି। ଏହି ବିଜୟ ସହ ଏବେ ପଏଣ୍ଟ ଟେବଲର ଶୀର୍ଷରେ ରହିଛି ଚେନ୍ନାଇ। ଏହି ମ୍ୟାଚରେ ଚେନ୍ନାଇର ଉଭୟ ବୋଲର ଓ ବ୍ୟାଟ୍ସମ୍ୟାନ ଭଲ ପ୍ରଦର୍ଶନ କରିଥିଲେ। ଚେନ୍ନାଇ ସୁପର୍‌ କିଙ୍ଗ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ସମାନ ୯ ମ୍ୟାଚ୍‌ରୁ ୭ ବିଜୟ ସହ ପ୍ରଥମ ଦୁଇ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ ମୁମ୍ବାଇ ଇଣ୍ଡ‌ିଆନ୍ସ ଭଳି ଲଗାତର ପରାଜୟ ବରଣ କରି ‌ବିରାଟ କୋହଲିଙ୍କ ରୟାଲ୍ ଚାଲେଞ୍ଜର୍ସ ବାଙ୍ଗାଲୋର ନବମ ମ୍ୟାଚ୍‌ରୁ ଚତୁର୍ଥ ପରାଜୟ ବରଣ କରିଥିଲେ ମଧ୍ୟ ତୃତୀୟ ସ୍ଥାନରେ ଅପରିବର୍ତ୍ତିତ ରହିଛି।

ମୁମ୍ବାଇକୁ ୭ ୱିକେଟରେ ହରାଇଲା କୋଲକାତା


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।