ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ୨୧ଟି ପାର୍ବଣ ବିଶେଷ ଟ୍ରେନ୍‌


ପ୍ରତୀକାତ୍ମକ ଫଟୋ
ପାର୍ବଣ ସମୟରେ ଚାଲୁଥିବା ୨୧ ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଚଳାଚଳ ଅବଧିକୁ ବୃଦ୍ଧି କରିଛି ପୂର୍ବତଟ ରେଳପଥ। ଏହି ଟ୍ରେନ୍‌ ଆସନ୍ତା ମାର୍ଚ୍ଚ ପର୍ଯ୍ୟନ୍ତ ଚଳାଚଳ କରିବ ବୋଲି ଜଣାପଡ଼ିଛି। ଭୁବନେଶ୍ୱରରୁ ପ୍ରତି ବୁଧବାର ଓ ରବିବାର ଦିନ ଏବଂ ଆନନ୍ଦ ବିହାରରୁ ପ୍ରତି ମଙ୍ଗଳବାର ଓ ଶୁକ୍ରବାର ଛାଡୁଥିବା ଭୁବନେଶ୍ୱର-ଆନନ୍ଦ ବିହାର-ଭୁବନେଶ୍ୱର ବିଶେଷ ଟ୍ରେନ୍‌ ଭୁବନେଶ୍ୱରରୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଏବଂ ଆନନ୍ଦ ବିହାରରୁ ଏପ୍ରିଲ୍‌ ଦୁଇ ତାରିଖ ପର୍ଯ୍ୟନ୍ତ ଚଳାଚଳ କରିବ। ସେହିପରି ଭୁବନେଶ୍ୱରରୁ ପ୍ରତି ସୋମବାର ଓ ଗୁରୁବାର ଏବଂ ମୁମ୍ବାଇ ଲୋକମାନ୍ୟ ତିଳକ ଟର୍ମିନସ୍‌ରୁ ପ୍ରତି ବୁଧବାର ଓ ଶନିବାର ଦିନ ଛାଡ଼ୁ ଭୁବନେଶ୍ୱର-ମୁମ୍ବାଇ ଲୋକମାନ୍ୟ ତିଳକ ଟର୍ମିନସ୍‌-ଭୁବନେଶ୍ୱର ବିଶେଷ ଟ୍ରେନ୍‌ ଭୁବନେଶ୍ୱର ଠାରୁ ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ଓ ଏଲଟିଟି ଠାରୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚଳାଚଳ କରିବ ବୋଲି ଜଣାପଡ଼ିଛି।

ସେହିପରି ଭୁବନେଶ୍ୱର-ତିରୁପତି-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ୍ ଟ୍ରେନ୍‌ ପ୍ରତ୍ୟେକ ଶନିବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ରବିବାର ଦିନ ତିରୁପତିରୁ ମାର୍ଚ୍ଚ ମାସ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଭୁବନେଶ୍ୱର-ଚେନ୍ନାଇ-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ୍‌ ଟ୍ରେନ୍‌ ଗୁରୁବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ଶୁକ୍ରବାର ଦିନ ଚେନ୍ନାଇରୁ ମାର୍ଚ୍ଚ ମାସ ୨୬ ତାରିଖ ପର୍ଯ୍ୟନ୍ତ ଚଳାଚଳ କରିବ।  ଭୁବନେଶ୍ୱର-ବାଙ୍ଗାଲୋର କ୍ୟାଣ୍ଟ୍‌-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ୍‌ ଟ୍ରେନ୍‌ ରବିବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ମଙ୍ଗଳବାର ଦିନ ବାଙ୍ଗାଲୋର କ୍ୟାଣ୍ଟ୍‌ରୁ ମାର୍ଚ୍ଚ ମାସ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଭୁବନେଶ୍ୱର-ପୁଡୁଚେରୀ-ଭୁବନେଶ୍ୱର ସାପ୍ତାହିକ ପ୍ରତ୍ୟେକ ମଙ୍ଗଳବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ବୁଧବାର ଦିନ ପୁଡୁଚେରୀରୁ ମାର୍ଚ୍ଚ ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଭୁବନେଶ୍ୱର-ରମେଶ୍ୱରମ୍-ଭୁବନେଶ୍ୱର ସାପ୍ତାହିକ ଶୁକ୍ରବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ରବିବାରରେ ରମେଶ୍ୱରାମରୁ ମାର୍ଚ୍ଚ ମାସ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ସମ୍ବଲପୁର-ହାଓଡ଼ା-ସମ୍ବଲପୁର ସାପ୍ତାହିକ ସାମ୍ବଲପୁରରୁ ପ୍ରତ୍ୟେକ ଶୁକ୍ରବାର ଏବଂ ହାଓଡ଼ାରୁ ପ୍ରତ୍ୟେକ ଶନିବାର ଦିନ ମାର୍ଚ୍ଚ ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ସମ୍ବଲପୁର-ମାଣ୍ଡୁଆଡ଼ିହ-ସମ୍ବଲପୁର ଦ୍ୱି-ସାପ୍ତାହିକ ସ୍ପେଶାଲ୍‌ ଟ୍ରେନ୍‌ ପ୍ରତ୍ୟେକ ବୁଧବାର ଏବଂ ରବିବାର ଦିନ ସମ୍ବଲପୁରରୁ ଏବଂ ପ୍ରତ୍ୟେକ ସୋମବାର ଏବଂ ଗୁରୁବାର ଦିନ ମାଣ୍ଡୁଆଡିହରୁ ଏପ୍ରିଲ୍‌ ମାସ ପହିଲା ପର୍ଯ୍ୟନ୍ତ ଚାଲିବ।

ସେହିପରି ପୁରୀ-ପାଟନା-ପୁରୀ ସ୍ପେଶାଲ୍‌ ଟ୍ରେନ୍‌ ପ୍ରତ୍ୟେକ ସୋମବାର ଦିନ ପୁରୀରୁ ଏବଂ ପ୍ରତ୍ୟେକ ବୁଧବାର ଦିନ ପାଟନା ଠାରୁ ମାର୍ଚ୍ଚ ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପୁରୀ-ଜୟନଗର-ପୁରୀ ସ୍ପେଶାଲ୍‌ ଟ୍ରେନ୍‌ ଗୁରୁବାର ଦିନ ପୁରୀରୁ ଏବଂ ପ୍ରତ୍ୟେକ ଶନିବାର ଦିନ ଜୟନଗରରୁ ମାର୍ଚ୍ଚ ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ପୁରୀ-ସୁରତ-ପୁରୀ ବିଶେଷ ଟ୍ରେନ୍‌ ପ୍ରତ୍ୟେକ ରବିବାର ଦିନ ପୁରୀରୁ ଏବଂ ପ୍ରତି ମଙ୍ଗଳବାର ଦିନ ସୁରଟରୁ ମାର୍ଚ୍ଚ ମାସ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ପୁରୀ-ଲୋକମାନ୍ୟ ତିଲକ ଟର୍ମିନସ୍-ପୁରୀ ସାପ୍ତାହିକ ବିଶେଷ ଟ୍ରେନ୍‌ ପ୍ରତ୍ୟେକ ମଙ୍ଗଳବାର ଦିନ ପୁରୀରୁ ଏବଂ ପ୍ରତ୍ୟେକ ଗୁରୁବାର ଦିନ ଏଲଟିଟିରୁ ଏପ୍ରିଲ୍‌ ମାସ ପହିଲା ପର୍ଯ୍ୟନ୍ତ ଚାଲିବ। ପୁରୀ-ଚେନ୍ନାଇ-ପୁରୀ ସ୍ପେଶାଲ୍ ରବିବାର ଦିନ ପୁରୀରୁ ଏବଂ ପ୍ରତି ସୋମବାର ଦିନ ଚେନ୍ନାଇରୁ ମାର୍ଚ୍ଚ ମାସ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଶାଖାପାଟନମ୍-ନିଜାମୁଦ୍ଦିନ-ବିଶାଖାପାଟନମ୍ ଦ୍ୱି-ସାପ୍ତାହିକ ସ୍ପେଶାଲ୍ ଟ୍ରେନ୍‌ ପ୍ରତ୍ୟେକ ସୋମବାର ଏବଂ ଶୁକ୍ରବାର ଦିନ ବିଶାଖାପାଟନମ୍ ରୁ ଏବଂ ପ୍ରତ୍ୟେକ ବୁଧବାର ଏବଂ ରବିବାର ନିଜାମୁଦ୍ଦିନରୁ ମାର୍ଚ୍ଚ ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।

ସେହିପରି ବିଶାଖାପାଟନମ୍-ନିଜାମୁଦ୍ଦିନ-ବିଶାଖାପାଟନମ୍ ସ୍ପେସାଲ୍ ବିଶାଖାପାଟନମ୍‌ରୁ ଜାନୁୟାରୀ ମାସ ୩୧ ତାରିଖ ପର୍ଯ୍ୟନ୍ତ ଏବଂ ନିଜାମୁଦ୍ଦିନ୍‌ରୁ ଏପ୍ରିଲ୍‌ ମାସ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ବିଶାଖାପାଟନମ୍-ଚେନ୍ନାଇ-ବିଶାଖାପାଟନମ୍ ସ୍ପେଶାଲ୍ ପ୍ରତି ସୋମବାର ଦିନ ବିଶାଖାପାଟନମ୍ ଏବଂ ଚେନ୍ନାଇରୁ ପ୍ରତ୍ୟେକ ମଙ୍ଗଳବାର ଦିନ ମାର୍ଚ୍ଚ ମାସ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଶାଖାପାଟନମ୍- ଏଲ୍‌ଟିଟି- ବିଶାଖାପାଟନମ୍ ସ୍ପେଶାଲ୍ ପ୍ରତି ରବିବାର ଦିନ ବିଶାଖାପାଟନମ୍ ଏବଂ ପ୍ରତ୍ୟେକ ମଙ୍ଗଳବାର ଦିନ ଏଲ୍‌ଟିଟିରୁ ମାର୍ଚ୍ଚ ମାସ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଶାଖାପାଟନମ୍-ଗାନ୍ଧୀଧାମ-ବିଶାଖାପାଟନମ୍ ପ୍ରତି ଗୁରୁବାର ଦିନ ବିଶାଖାପାଟନମ୍ ଏବଂ ଗାନ୍ଧୀଧାମ ଠାରୁ ପ୍ରତ୍ୟେକ ରବିବାର ଦିନ ମାର୍ଚ୍ଚ ମାସ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଶାଖାପାଟନମ୍-କଡ଼ପା-ବିଶାଖାପାଟନମ୍ ସ୍ପେଶାଲ୍ ଟ୍ରେନ୍ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବିଶାଖାପାଟନମ୍ ଠାରୁ ଏବଂ  ଏପ୍ରିଲ୍‌ ପହିଲା ପର୍ଯ୍ୟନ୍ତ କଡ଼ପା ଠାରୁ ଚଳାଚଳ କରିବ। ସେହିପରି ବିଶାଖାପାଟନମ୍-ଲିଙ୍ଗମପଲ୍ଲୀ-ବିଶାଖାପାଟନମ୍ ସ୍ପେଶାଲ୍ ଟ୍ରେନ୍‌ ୩୧ ମାର୍ଚ୍ଚ  ପର୍ଯ୍ୟନ୍ତ ବିଶାଖାପାଟନମ୍ ଠାରୁ ଏବଂ ଏପ୍ରିଲ ୧ ତାରିଖ ପର୍ଯ୍ୟନ୍ତ ଲିଙ୍ଗମପଲ୍ଲୀ ଠାରୁ ଚାଲିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ହୋଇଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ