ପୁଣି ଚିହ୍ନଟ ହେଲେ ୬୨ ଆକ୍ରାନ୍ତ, ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ


ପ୍ରତୀକାତ୍ମକ ଫଟୋ
ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ୧୦୦ ତଳେ ରହିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୬୨ ଜଣ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ବାକି ୧୧ଟି ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୯ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସକ୍ରିୟ ମାମଲା ଏବେ ହଜାର ତଳକୁ ଖସିଛି।

୧୯ ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଚିହ୍ନଟ ହୋଇଥିବା ୬୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗିର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭ ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ଚିହ୍ନଟ ହୋଇଛନ୍ତି ୨ ଜଣ। ଇତିମଧ୍ୟରେ ରାଜ୍ୟ‌ରେ ୮୨ ଲକ୍ଷ ଅତିକ୍ରମ କରିଛି ନମୁନା ପରୀକ୍ଷଣ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୨ ଲକ୍ଷ ୭ ହଜାର ୩୦୨ ଟି ନମୁନା ପରୀକ୍ଷଣ କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୩୬ ହଜାର ୭୬୭ ଜଣ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୩୪ ହଜାର ୧୬୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୬୩୪ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି।

ସେହିପରି ବର୍ତ୍ତମାନ ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ୧୯୧୪ ହୋଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ କୋରୋନା ମୃତ୍ୟୁ ୩୩୭ ହୋଇଥିବା ବେଳେ ଦ୍ବିତୀୟରେ ରହିଛି ଗଞ୍ଜାମ ଜିଲ୍ଲା। ଗଞ୍ଜାମ ଜିଲ୍ଲାରେ କୋରୋନା ମୃତ୍ୟୁସଂଖ୍ୟା ୨୪୮ ହୋଇଛି। ସେହିପରି ଅନୁଗୁଳ ଜିଲ୍ଲାରେ ୩୭ ଜଣ, ବାଲେଶ୍ବର ଜିଲ୍ଲାରେ ୯୬ ଜଣ, ବରଗଡ଼ ଜିଲ୍ଲାରେ ୪୨ ଜଣ, ଭଦ୍ରକ ଜିଲ୍ଲାରେ ୨୫ ଜଣ, ବଲାଙ୍ଗିର ଜିଲ୍ଲାରେ ୪୧ ଜଣ, ବୌଦ୍ଧ ଜିଲ୍ଲାରେ ୧୧ ଜଣ, କଟକ ଜିଲ୍ଲାରେ ୧୪୨ ଜଣ, ଦେଓଗଡ଼ ଜିଲ୍ଲାରେ ୫ ଜଣ, ଢେଙ୍କାନାଳ ଜିଲ୍ଲାରେ ୨୯ ଜଣ, ଗଜପତି ଜିଲ୍ଲାରେ ୩୨ ଜଣ, ଜଗତ୍‌ସିଂହପୁର ଜିଲ୍ଲାରେ ୩୮ ଜଣ, ଯାଜପୁର ଜିଲ୍ଲାରେ ୨୫ ଜଣ, ଝାରସୁଗୁଡ଼ା ଜିଲ୍ଲାରେ ୨୬ ଜଣ, କଳାହାଣ୍ଡି ଜିଲ୍ଲାରେ ୩୨ ଜଣ, କନ୍ଧମାଳ ଜିଲ୍ଲାରେ ୩୩ ଜଣ ପ୍ରାଣ ହରାଇଛନ୍ତି। ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରେ ୨୮ ଜଣ, କେନ୍ଦୁଝର ଜିଲ୍ଲାରେ ୩୬, କୋରାପୁଟ ଜିଲ୍ଲାରେ ୧୬ ଜଣ, ମାଲକାନଗିରି ଜିଲ୍ଲାରେ ୨୫ ଜଣ, ମୟୁରଭଞ୍ଜ ଜିଲ୍ଲାରେ ୯୦ ଜଣ, ନବରଙ୍ଗପୁର ଜିଲ୍ଲାରେ ୧୪ ଜଣ, ନୟାଗଡ଼ ଜିଲ୍ଲାରେ ୪୫ ଜଣ, ନୂଆପଡ଼ା ଜିଲ୍ଲାରେ ୨୭ ଜଣ, ପୁରୀ ଜିଲ୍ଲାରେ ୧୧୭ ଜଣ, ରାୟଗଡ଼ା ଜିଲ୍ଲାରେ ୪୫ ଜଣ, ସମ୍ବଲପୁର ଜିଲ୍ଲାରେ ୭୮ ଜଣ, ସୋନପୁର ଜିଲ୍ଲାରେ ୨୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରେ ୧୭୩ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ରାଜ୍ୟରେ ମଧ୍ୟ ଅନ୍ୟ ୫୩ ଜଣ କୋରୋନା ଆକ୍ରାରାନ୍ତଙ୍କର ମୃତ୍ୟୁ ହୋଇଛି। ମାତ୍ର ସେମାନଙ୍କ ମୃତ୍ୟୁ କୋରୋନା ଯୋଗୁ ନୁହେଁ ବରଂ ଅନ୍ୟ ରୋଗ କାରଣରୁ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ