ପୁରୀ ମାଉସୀ ମା’ ମନ୍ଦିରରୁ ଲୁଟ୍‌


ଲୁଟ୍‌ ପରେ ମାଉସୀ ମା’ ମନ୍ଦିରରେ ଛାନ୍‌ଭିନ୍‌
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାଉସୀ ଘର କୁହାଯାଇଥିବା ମାଉସୀ ମା’ ମନ୍ଦିରରେ କଳା କନା ବୁଲାଇଛନ୍ତି ଦୁର୍ବୃତ୍ତ। ବଡ଼ଦାଣ୍ଡର ବଳଗଣ୍ଡିଠାରେ ଥିବା ମନ୍ଦିରର ମୁଖ୍ୟ ଦ୍ୱାର ତାଲା ଭାଙ୍ଗି ଲୁଟ୍‌ପାଟ୍‌ କରିଛନ୍ତି ଡକାୟତ। ବିଳମ୍ବିତ ରାତିରେ ତାଲା କାଟି, ଆଲମିରା ଓ ହୁଣ୍ଡି ଭାଙ୍ଗି ଲୁଟି ନେଇଛନ୍ତି ଲୁଟେରା। ଚୋରି ନେଇ କୁମ୍ଭାରପଡ଼ା ଥାନାରେ ମନ୍ଦିରର ପୂଜକ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ମନ୍ଦିରର ହୁଣ୍ଡି ଭାଙ୍ଗି ପ୍ରାୟ ୩୦ ହଜାର ଟଙ୍କା ଲୁଟ୍‌ ହୋଇଥିବା ଆଶଙ୍କା କରାଯାଇଛି। ସେପଟେ ଭିତର ଆଲମିରା ଭାଙ୍ଗି ମା’ଙ୍କ ରୂପା ଅଳଙ୍କାର ଓ ଦାତା ଦେଇଥିବା ଶାଢ଼ୀ ସବୁ ଚୋରି ହୋଇ ଯାଇଛି। ପୋଲିସ୍‌ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି। କିଛିଦିନ ତଳେ ରାମଚଣ୍ଡୀଙ୍କ ମନ୍ଦିରରୁ ଚୋରି ପରେ ଆଜି ବଡଦାଣ୍ଡର ବଳଗଣ୍ଡି ନିକଟରେ ଥିବା ମାଉସୀମା ମନ୍ଦିରରୁ ହୋଇଛି ଚୋରି। ଯାହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି।

ଏ ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ସେ କହିଛନ୍ତି, ମାଉସୀ ମା’ ମନ୍ଦିରରୁ ହୋଇଥିବା ଚୋରି ବିଷୟରେ ଶୁଣିବା ପରେ ମୁଁ ଆଶ୍ଚର୍ଯ୍ୟ। ଅପରାଧୀଙ୍କୁ ଧରିବା ପାଇଁ ଓ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ା କରିବାକୁ ଜିଲ୍ଲା ଓ ପୋଲିସ୍‌ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବା ଦରକାର ବୋଲି ସେ କହିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ