ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ ଓ ବର୍ଷା


ଅନୁଭବ ଓ ବର୍ଷା
କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ଅନୁଭବ ମହାନ୍ତି। ଉଭୟଙ୍କ ମଧ୍ୟରେ ଚାଲିଥିବା ପାରିବାରିକ ବିବାଦକୁ ନେଇ କଟକ ଫ୍ୟାମିଲି କୋର୍ଟରେ ଆଜି ଉଭୟ ବର୍ଷା ଓ ଅନୁଭବ ହାଜର ହୋଇଛନ୍ତି। ଉଭୟଙ୍କୁ ଆଜି ହାଜର ହେବା ପାଇଁ ଫ୍ୟାମିଲି କୋର୍ଟ ନିର୍ଦେଶ ଦେଇଥିଲେ। ସୁପ୍ରିମ୍‌କୋର୍ଟଙ୍କ ନିର୍ଦେଶରେ ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରୁ କଟକ ଫ୍ୟାମିଲି କୋର୍ଟକୁ ମାମଲା ସ୍ଥାନାନ୍ତର ହୋଇଛି।

ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ନେଇ ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରେ ଅନୁଭବ ଆବେଦନ କରିଥିଲେ। ମାତ୍ର ଥରକୁ ଥର ଦିଲ୍ଲୀ ଯିବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେବେ କହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା। ଅନୁଭବଙ୍କ ଦ୍ୱାରା ହୋଇଥିବା ମାମଲାର ଶୁଣାଣି ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟ ପରିବର୍ତ୍ତେ କଟକକୁ ସ୍ଥାନାନ୍ତର କରିବା ଲାଗି ବର୍ଷା କରିଥିବା ଆବେଦନ ଉପରେ କିଛିଦିନ ତଳେ ସୁପ୍ରିମକୋର୍ଟ ଶୁଣାଣି କରିଥିଲେ। ଏହି ମାମଲା ପଟିଆଲା ହାଉସ୍‌ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟକୁ ସ୍ଥାନାନ୍ତର କରିବା ଲାଗି ସୁପ୍ରିମ୍‌କୋର୍ଟ ନିର୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ, ବାହାଘର ପରେ ସ୍ବାମୀ ଏବଂ ଶାଶୁଘର ଲୋକେ ତାଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ଆଣି କଟକ ଏସ୍‌ଡିଜିଏମ୍‌ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ