ଝୁଲନ୍ତା ଅବସ୍ଥାରେ ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର


ଘର ଭିତରୁ ଉଦ୍ଧାର ହେଉଛି ମୃତଦେହ
ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ। ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଉତ୍ତରକୂଳ ପଞ୍ଚୟତ ସୁନ୍ଦରପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୃତକ ହେଲେ ଦୀପକ କୁମାର ନାଥ ଓ ତାଙ୍କ ପତ୍ନୀ ଅନିଶା ନାଥ। ଖବରପାଇ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ପାରିବାରିକ କଳହ ଓ ଆର୍ଥିକ ଅଭାବରୁ ଏପରି ଘଟଣା ଘଟିଥିବା ପୋଲିସ୍‌ ଅନୁମାନ କରୁଥିବା ବେଳେ ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ, ଯାଜପୁର ଟାଉନ ଥାନା ଖଣ୍ଡରା ଗ୍ରାମର ଅନିଶାଙ୍କୁ ଗତ ୬ ବର୍ଷ ତଳେ ବିବାହ କରିଥିଲେ ଦୀପକ। ଦୀପକ ହାଇଦ୍ରାବାଦରେ କାର୍ଯ୍ୟ କରୁଥିବା ବେଳେ କୋରୋନା ପାଇଁ ଘରକୁ ଚାଲି ଆସିଥିଲେ। ସବୁଦିନ ଭଳି ଗତକାଲି ପରିବାର ଅନ୍ୟ ସଦସ୍ୟଙ୍କ ସହ ମିଶି ଦୀପକ ଓ ପୂଜାରାଣୀ ରାତ୍ର ଭୋଜନ କରି କରିଥିଲେ। ଏହାପରେ ସମସ୍ତେ ଶୋଇବାକୁ ଯାଇଥିଲେ। ହେଲେ ଆଜି ସକାଳେ ଭଭୟ ସ୍ୱାମୀ-ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଘର ଭିତରୁ ମିଳିଥିଲା। ହେଲେ କେଉଁ କାରଣ ପାଇଁ ଦମ୍ପତି ଏଭଳି ଚରମ ପଦକ୍ଷେପ ନେଲେ ତାହା ଜଣାପଡ଼ି ନାହିଁ। ବିଞ୍ଝାରପୁର ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ପ୍ରାଥମିକ ତଦନ୍ତରୁ ଦମ୍ପତି ଆତ୍ମହତ୍ୟା କରିଥିବା ପୋଲିସ୍‌ ଅନୁମାନ କରୁଛି।

ଅନ୍ୟପଟେ  ବୋହୂ ଅନିଶାଙ୍କୁ ତାଙ୍କ ଶାଶୁ ଓ ନଣନ୍ଦ ନିର୍ଯାତନା ଦେଉଥିବା ଝିଅର ବାପ ଘର ଲୋକ ଅଭିଯୋଗ ଉଠାଇଛନ୍ତି। ଅନିଶା ୬ ମାସ ‌ହେଲା ବାପ ଘରେ ରହୁଥିଲେ। ଗତ  ୧୧ ତାରିଖରେ ଦୀପକ ଘରକୁ ଫେରିଥିବା ବେଳେ ଅନିଶା ମଧ୍ୟ ଶାଶୁଘରକୁ ଆସିଥିଲେ। ତେବେ କ’ଣ ପାଇଁ ଏଭଳି ଅଭାବନୀୟ ଘଟଣା ଘଟିଲା ତାହା ଜଣାପଡ଼ିନାହିଁ।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।