ସାଲେପାଲି ପ୍ୟାକ୍ସ୍‌ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ


ଭିଜିଲାନ୍ସ ଅଧିକାରୀମାନେ ଆୟ ବହିର୍ଭୂତ ସମ୍ପତ୍ତିର ଯାଞ୍ଚ କରୁଛନ୍ତି
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସାଲେପାଲି ପ୍ୟାକ୍ସ୍‌ ସମ୍ପାଦକ ମସୁଦ୍‌ ମହମ୍ମଦଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ତାଙ୍କ ବାସଭବନ ସମେତ ଏକାଧିକ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବ୍ୟାଙ୍କ୍‌ ଆକାଉଣ୍ଟ, ସ୍ଥାବର-ଅସ୍ଥାବର ସମ୍ପତ୍ତିକୁ ତନ୍ନ ତନ୍ନ କରି ଯାଞ୍ଚ କରୁଛନ୍ତି ଭିଜିଲାନ୍ସ ଅଧିକାରୀ। ମୋଟ ସମ୍ପତ୍ତି ଆକଳନ କରାଯାଉଛି। ଏହାପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସୂଚନା ମିଳିଛି।

ମସୁଦ୍‌ ସୋନପୁର ଜିଲ୍ଲାର ତରଭାଥାନା ଅନ୍ତର୍ଗତ ଚାରଭଟା ଗାଁର ମୂଳନୀବାସୀ ହୋଇଥିବା ବେଳେ ବର୍ତ୍ତମାନ ଚାରଭଟା ଓ ଦୁବୁଲା ପ୍ୟାକ୍ସ୍‌ର ସମ୍ପାଦକ ଦାୟିତ୍ବରେ ରହିଛନ୍ତି। ସେ ଏହି ପ୍ୟାକ୍ସ୍‌ରେ ଧାନକିଣା, କୃଷି ଋଣ, ବୀମା ଟଙ୍କା ହେରଫେର୍‌ କରି କୋଟି କୋଟି ଟଙ୍କାର ବେଆଇନ୍‌ ସମ୍ପତ୍ତି ଠୁଳ କରିବା ନେଇ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ପାଇବା ପରେ ଭିଜିଲାନ୍ସ ପକ୍ଷରୁ ଆଜି ସକାଳେ ଚଢ଼ାଉ ଆରମ୍ଭ ହୋଇଥିଲା। ସମ୍ବଲପୁର ଭିଜିଲାନ୍ସ ଡିଏସ୍‌ପି ଦାସରଥି ସେଠୀଙ୍କ ନେତୃତ୍ବରେ ଦୁଇଟି ଟିମ୍‌ ବଲାଙ୍ଗିର ସାଲେପାଲିର ଘର ଓ ଚାରଭଟାସ୍ଥିତ ପୈତୃକ ଘରେ ଚଢ଼ାଉ କରିଛି। ମସୁଦ୍‌ଙ୍କ ବାସଭବନ, ବ୍ୟାଙ୍କ୍‌ ଆକାଉଣ୍ଟ, ସ୍ଥାବର-ଅସ୍ଥାବର ସମ୍ପତ୍ତିକୁ ତନ୍ନ ତନ୍ନ କରି ଯାଞ୍ଚ କରୁଛନ୍ତି ଭିଜିଲାନ୍ସ ଅଧିକାରୀ। କେବଳ ବଲାଙ୍ଗିରର ଆଲିସାନ ବଙ୍ଗଳାଘର କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ହେବ ବୋଲି ଆକଳନ କରାଯାଇଛି। ଏହି ଚଢ଼ାଉରେ ବଲାଙ୍ଗିର ଡିଏସ୍‌ପି ସଦାନନ୍ଦ ପାଣି, ଡିଏସ୍‌ପି ମାରିଏନ ମିଞ, ଇନ୍ସପେକ୍ଟର ତୁଷାର ମହାପାତ୍ର, ଟି.ବିଲୁଙ୍ଗ, ଗିତାଞଳି ପଧାନ ପ୍ରମୁଖ ସାମିଲ୍‌ ଅଛନ୍ତି। ମୋଟ ସମ୍ପତ୍ତି ଆକଳନ ପରେ ଏହାର ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଅଧିକାରୀମାନେ କହିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।