ପୃଥକ୍‌ ପୃଥକ୍‌ ସ୍ଥାନରେ ୩ଟି ହତ୍ୟାକାଣ୍ଡ


ଝାରସୁଗୁଡ଼ା ପୋଲିସ୍‌ ପକ୍ଷରୁ ତଦନ୍ତ ଆରମ୍ଭ
ପୃଥକ୍‌ ପୃଥକ୍‌ ୩ଟି ସ୍ଥାନରେ ଆଜି ଘଟିଛି ହତ୍ୟାକାଣ୍ଡ। ଝାରସୁଗୁଡ଼ା ଜିଲ୍ଲା ବେହେରାମାଲରେ ରାସ୍ତା କଡ଼ରୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ କଟକ ଜିଲ୍ଲା ର୍ନିଗୁଣ୍ଡି ପୁରୁଣା ଟୋଲ୍ ଗେଟ୍ ନିକଟରେ ଥିବା ଏକ ହୋଟେଲ କଡ଼ରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ସେହିପରି ଗଞ୍ଜାମ ଜିଲ୍ଲା ଝିକିପଦର ରଣ୍ଢା ହରିଜନ ସାହିରେ ଥିବା ଶ୍ବଶୁର ଘରେ ଜ୍ବାଇଁକୁ ପଥରରେ ଛେଚି ହତ୍ୟା କରାଯାଇଛି। ଏହି ଏ ସବୁ ଘଟଣାରେ ପୋଲିସ୍‌ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ, ବେହେରାମାଳର ଏକ ଗଳି ରାସ୍ତାରେ ଆଜି ସକାଳୁ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କ ମୁଣ୍ଡ ଓ ବେକରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଏନେଇ ସ୍ଥାନୀୟ ଲୋକେ ପୋଲିସ୍‌କୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ଝାରସୁଗୁଡ଼ା ଏସ୍‌ପି, ଏସ୍‌ଡିପିଓ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତଦେହ ନିକଟରୁ ୭୩ ହଜାର ଟଙ୍କା ମିଳିଛି। ପୋଲିସ୍‌ ତଦନ୍ତ ପରେ ମୃତକକୁ ଚିହ୍ନଟ କରାଯାଇଛି। ମୃତକ ଜଣକ ହେଲେ ମୁଙ୍ଗାପଡା ଅଞ୍ଚଳର ବିପିନ ସାହୁ(୩୩) ବୋଲି ଜଣାପନିଛି। ତେବେ ହତ୍ୟାକାଣ୍ଡର କାରଣ ଜଣାପଡ଼ିନାହିଁ।

ସେହିପରି କଟକ ଜିଲ୍ଲା ର୍ନିଗୁଣ୍ଡି ପୁରୁଣା ଟୋଲ୍ ଗେଟ୍ ନିକଟରେ ଥିବା ଏକ ହୋଟେଲ୍‌ କଡ଼ରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ମୃତକ ହେଲେ ସ୍ଥାନୀୟ ଚୌଦ୍ୱାର ଜେଲ୍ କଲୋନୀର ଅଶୋକ ମହାନ୍ତି। ସେ ନିର୍ଗୁଣ୍ଡି ଠାରେ ଥିବା ଏକ ଟ୍ରାନ୍ସପୋର୍ଟ କମ୍ପାନୀରେ ୨ ବର୍ଷ ହେଲା କାମ କରୁଥିଲେ। ଗତକାଲି ରାତିରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ପୋଲିସ୍‌ ଜଣେ ଅଭିଯୁକ୍ତକୁ ଗିରଫ କରି ଘଟଣା ଘଟଣାର ତଦନ୍ତ କରୁଛି।

ସେହିପରି ଗଞ୍ଜାମ ଜିଲ୍ଲା ଝିକିପଦର ରଣ୍ଢା ହରିଜନ ସାହି ସ୍ଥିତ ନିଜ ଶ୍ବଶୁର ଘରେ ଯୁବକଙ୍କୁ ପଥରରେ ଛେଚି ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଶ୍ବଶୁର ଘର ଛାତ ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ହେଉଛନ୍ତି ଦିଲ୍ଲୀପ ଦାସ। ସେ ଝିକିପଦର ସ୍ଥିତ ନିଜ ଶ୍ବଶୁର ଘରକୁ ଆସିଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ମୃତଦେହ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇଛି। ତେବେ ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡ଼ିନାହିଁ। ଅଭିଯୋଗରେ ଦୁଇ ଜଣଙ୍କୁ ଅଟକ ରଖି ପୋଲିସ୍‌ ପଚରାଉଚରା କରୁଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।