କୂଅକୁ ଠେଲି ପୁଅ-ଝିଅଙ୍କୁ ହତ୍ୟା: ମା’ର ଆତ୍ମହତ୍ୟା ଉଦ୍ୟମ


ଘଟଣାସ୍ଥଳରେ ଗହଳି ଏବଂ ଭାଗ୍ୟଲକ୍ଷ୍ମୀ (ଇନ୍‌ସର୍ଟ)
ପାରିବାରିକ କଳହର ପରିଣତି କେତେ ଯେ ଭୟଙ୍କର ହୋଇପାରେ ତାହା ଆଜି ପୁଣିଥରେ ପ୍ରମାଣିତ ହୋଇଛି। ସ୍ୱାମୀ ସହ ବଚସାକୁ ନେଇ ପୁଅ ଓ ଝିଅଙ୍କୁ କୂଅକୁ ଠେଲି ମାରିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରିଛି ମା’। କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗୁରୁତର ଅବସ୍ଥାରେ ମା’କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରାଇକିଆ ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁସାରେ, ସ୍ୱାମୀ ରାଜେଶ ପାତ୍ର ଏବଂ ଭାଗ୍ୟଲଷ୍ମୀ ପାତ୍ର ରାଇକିଆ ଅଞ୍ଚଳ ଖ୍ରୀଷ୍ଟିୟାନ ସାହିରେ ବସବାସ କରୁଥିଲେ। ଦୀର୍ଘ ଦିନ ହେଲା ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିଥିଲା। ଗତକାଲି ମଧ୍ୟ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହାପରେ ଭାଗ୍ୟଲକ୍ଷ୍ମୀ ୨ ଛୁଆଙ୍କୁ ଧରି ସନ୍ଧ୍ୟାରୁ ଘରୁ ଚାଲି ଆସିଥିଲେ। ଅଲିମାରୋଡ୍‌ ନିକଟରେ ଥିବା ଏକ କୂଅକୁ ୯ ବର୍ଷର ପୁଅ ଓ ୫ ବର୍ଷର ଝିଅକୁ  ଠେଲି ଦେଇଥିଲେ। ଏହାପରେ ନିଜେ ମଧ୍ୟ ଆତ୍ମହତ୍ୟା କରିବା ପାଇଁ କୂଅକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ତାରେ କୂଅ ଭିତରୁ ୩ ଜଣଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ପୁଅ ଓ ଝିଅଙ୍କର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ଚିକିତ୍ସାଧିନ ଅଛନ୍ତି ଭାଗ୍ୟଲକ୍ଷ୍ମୀ।

ଏହି ଘଟଣା ପରେ ଭାଗ୍ୟଲକ୍ଷ୍ମୀଙ୍କ ଭାଇ ରାଇକିଆ ଥାନାରେ ଅଭିଯୋଗ କରିଛନ୍ତି। ରାଜେଶଙ୍କର ଅନ୍ୟ ଜଣେ ମହିଳାଙ୍କ ସହିତ ସମ୍ପର୍କ ଥିଲା। ସେଥିପାଇଁ ଭାଗ୍ୟଲକ୍ଷ୍ମୀ ଓ ରାଜେଶଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ଭାଗ୍ୟଲକ୍ଷ୍ମୀଙ୍କୁ ରାଜେଶ ନିର୍ଯାତନା ଦେଉଥିବାରୁ ସେ ଏଭଳି ଏକ ଚରମ ପଦକ୍ଷେପ ନେଇଥିବା ତାଙ୍କ ଭାଇ କହିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।