ଆଗାମୀ ଦିନରେ ମହିଳାଙ୍କ ନେତୃତ୍ବରେ ହିଁ ରାଜନୈତିକ ପରିବର୍ତ୍ତନ ଘଟିବ: ଧର୍ମେନ୍ଦ୍ର

ବି‌‌ଜେପି ମହିଳା ମୋର୍ଚ୍ଚାର ପ୍ରଥମ କାର୍ଯ୍ୟକାରିଣୀ ବୈଠକ

ବି‌‌ଜେପି ମହିଳା ମୋର୍ଚ୍ଚାର ପ୍ରଥମ କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବୋଧିତ କରୁଛନ୍ତି
ରାଜ୍ୟରେ ମହିଳାଙ୍କ ସୁରକ୍ଷା, ସମ୍ମାନ ଏବଂ ସେମାନଙ୍କର ବିଭିନ୍ନ ପ୍ରସଙ୍ଗକୁ ନେଇ ରବିବାର ରାଜ୍ୟ ବିଜେପି ମହିଳା ମୋର୍ଚ୍ଚାର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ସରକାରଙ୍କ ମହିଳା ବିରୋଧୀ ନୀତି ବିରୋଧରେ ଆଲୋଚନା ହେବା ସହ ଆଗାମୀ ଦିନରେ ମହିଳା ସଶକ୍ତୀକରଣ ଓ ମହିଳାଙ୍କୁ ସମସ୍ତ କ୍ଷେତ୍ରରେ ଅଗ୍ରାଧିକାର ଦେବା ନେଇ ଆଲୋଚନା ହୋଇଥିଲା। ଏଥିରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇ କହିଥିଲେ ଯେ ରାଜ୍ୟରେ ମହିଳା ଭୋଟରଙ୍କ ବଡ଼ ଯୋଗଦାନ ରହିଥିବା ବେଳେ ଆଗାମୀ ଦିନରେ ମହିଳାଙ୍କ ନେତୃତ୍ବରେ ହିଁ ରାଜନୈତିକ ପରିବର୍ତ୍ତନ ଘଟିବ। ଏଥିପାଇଁ ବ୍ୟାପକ ଯୋଜନା ପ୍ରସ୍ତୁତ କରିବା ସହ ଢାଞ୍ଚାଗତ ବିକାଶ କରିବା ପାଇଁ ମହିଳା ମୋର୍ଚ୍ଚା ନେତୃତ୍ବ ନେବା ଦରକାର। ୪୦ ହଜାର ବୁଥ୍‌ରେ ମହିଳାଙ୍କୁ ଏକାଠି କରି ଆଗାମୀ ଦିନ ପାଇଁ ବ୍ୟାପକ ରଣନୀତି ପ୍ରସ୍ତୁତ କରିବାକୁ ପଡ଼ିବ। ଯେ ପର୍ଯ୍ୟନ୍ତ ସମସ୍ତ ବୁଥ୍‌ରେ ମହିଳାଙ୍କୁ ଏକାଠି କରାଯାଇ ଟେକ୍ନୋଲୋଜି ମାଧ୍ୟମରେ ମୋଦୀ ସରକାରଙ୍କ ସୁବ୍ୟବସ୍ଥା ଏବଂ ରାଜ୍ୟ ସରକାରଙ୍କ ଅବ୍ୟବସ୍ଥାକୁ ଉପସ୍ଥାପନ କରାଯିବ ନାହିଁ ସେ ପର୍ଯ୍ୟନ୍ତ ଓଡ଼ିଶାର ଅଗ୍ରଗତି ଅସମ୍ଭବ।

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କହିଥିଲେ ଯେ, ରାଜ୍ୟ ସରକାର ମହିଳା ସଶକ୍ତୀକରଣ ନାଁରେ ମିସନ ଶକ୍ତି ପ୍ରତିଷ୍ଠା କରି ହୀନ ରାଜନୀତି କରୁଛନ୍ତି। କେନ୍ଦ୍ରୀୟ ଅନୁଦାନକୁ ହଡ଼ପ କରି ସାବାସି ନେଉଛନ୍ତି। କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନାକୁ ତଦାରଖ କରିବା ପାଇଁ ମହିଳା ମୋର୍ଚ୍ଚା କାର୍ଯ୍ୟକର୍ତ୍ତା ତୃଣମୂଳ ସ୍ତରରେ ପଦକ୍ଷେପ ନେବା ଦରକାର। ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ କହିଥିଲେ ଯେ, କେନ୍ଦ୍ର ସରକାରଙ୍କ ସବୁ ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଯିବ। ମହିଳାଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ଅଗ୍ରାଧିକାର ଦେଇ ମହିଳା ମୋର୍ଚ୍ଚା କାର୍ଯ୍ୟ କରିବ। ପଞ୍ଚାୟତ ସ୍ତରରୁ ମହିଳାଙ୍କୁ ସବୁ କ୍ଷେତ୍ରରେ ଆଗ ଧାଡ଼ିକୁ ଆଣିବା ପାଇଁ ପଦକ୍ଷେପ ନିଆଯିବ। ଆଜିର ବୈଠକରେ ଓଡ଼ିଶାରେ ମହିଳାଙ୍କ ସ୍ଥିତି ନେଇ ଉଦ୍‌ବେଗ ପ୍ରକାଶ ପାଇବା ସହ ୧୨ଟି ପ୍ରସଙ୍ଗରେ ରାଜନୈତିକ ଚିଠା ପ୍ରସ୍ତାବ ଆଗତ ହୋଇଥିଲା।

କେନ୍ଦ୍ର ସରକାରଙ୍କ ‘ବେଟୀ ବଚାଓ ବେଟୀ ପଢ଼ାଓ’ ଅଭିଯାନକୁ ରାଜ୍ୟ ସରକାର କାର୍ଯ୍ୟାନ୍ବୟନ କରିବାରେ ସମ୍ପୂର୍ଣ୍ଣ ବିଫଳ ହେବା ସହ ଏଥିରେ ଆସୁଥିବା କୋଟି କୋଟି ଟଙ୍କାକୁ ହରିଲୁଟ୍‌ କରାଯାଉଛି ବୋଲି ଦଳ ଅଭିଯୋଗ କରିଛି। ମିସନ୍ ଶକ୍ତିକୁ ଭୋଟ୍‌ ବ୍ୟାଙ୍କ ପରି ନ ଦେଖି ମହିଳାଙ୍କୁ ଆତ୍ମନିର୍ଭର ଭାରତରେ ସ୍ବୟଂସମ୍ପୂର୍ଣ୍ଣା କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରନ୍ତୁ ବୋଲି ବୈଠକରେ କୁହାଯାଇଥିଲା। ଅଙ୍ଗନବାଡ଼ି କେନ୍ଦ୍ରକୁ ନିମ୍ନମାନର ଛତୁଆ ଯୋଗାଣ, ମହିଳାଙ୍କ ସୁରକ୍ଷା ଆଦି ପ୍ରସଙ୍ଗ ଚିଠା ପ୍ରସ୍ତାବରେ ସ୍ଥାନ ପାଇଛି। ବୈଠକରେ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ମାନସ ମହାନ୍ତି, ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡ଼ା, ଅନିତା ଶୁଭଦର୍ଶିନୀ, ରାଜ୍ୟ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର, ମହିଳା ମୋର୍ଚ୍ଚା ଉପସଭାନେତ୍ରୀ କାନନବାଳା ପଟ୍ଟନାୟକ, ସୁଷମା ରାଣୀ ବିଶ୍ବାଳ, ନିୟତି ଗିରି, କସ୍ତୁରୀ ମିଶ୍ର, ନିରୋଜ ନଳିନୀ ମହାଲ୍ଲିକ, ଅନୁ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।