ସଂକ୍ରମଣ ହାରରେ ଆହୁରି ହ୍ରାସ: ଦିନକରେ ୨୮ ହଜାର ୯୫୧ ସଂକ୍ରମିତ


ଦେଶରେ କୋଭିଡ୍ ଟେଷ୍ଟିଂ ଉପରେ ଗୁରୁତ୍ବ ଦିଆଯାଉଛି (ଫାଇଲ୍ ଫଟୋ)
ନୂଆଦିଲ୍ଲୀ: ଶୁକ୍ରବାର ତୁଳନାରେ ଶନିବାର ଦିନକ ଭିତରେ ୧୪.୩ ପ୍ରତିଶତ କମ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଶନିବାର ୨୪ ଘଣ୍ଟା ଭିତରେ ଦେଶର ପ୍ରଭାବିତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ ୨୮ ହଜାର ୫୯୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଫଳସ୍ବରୂପ ଦେଶରେ ଆଜି ପର୍ଯ୍ୟନ୍ତ ମୋଟ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୯୨୧ରେ ପହଞ୍ଚିଯାଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ସଂକ୍ରମିତଙ୍କ ତୁଳନାରେ ୬ ହଜାର ୬୯୫ ଜଣ ଅଧିକ ସଂକ୍ରମିତ ସୁସ୍ଥତା ଲାଭ କରିବା ଫଳରେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୮୪ ହଜାର ୯୨୧କୁ ହ୍ରାସ ପାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୮ ଜଣ ସଂକ୍ରମିତଙ୍କର ପ୍ରାଣହାନି ଘଟିବା ଫଳରେ ମୋଟ ସଂଖ୍ୟା ୪ ଲକ୍ଷ ୪୨ ହଜାର ୬୫୫ରେ ପହଞ୍ଚିଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୩୪ ହଜାର ୮୪୮ ଜଣ ସଂକ୍ରମିତ ସୁସ୍ଥତା ଲାଭ କରିଛନ୍ତି। ଫଳରେ ମୋଟ ସଂଖ୍ୟା ୩ କୋଟି ୨୪ ଲକ୍ଷ ୯ ହଜାର ୩୪୫ରେ ପହଞ୍ଚିଛି, ଯାହାକି ମୋଟ ସଂକ୍ରମିତ ସଂଖ୍ୟାର ୯.୭୧ ପ୍ରତିଶତ ବୋଲି ମନ୍ତ୍ରାଳୟ ସ୍ପଷ୍ଟ କରିଛି।

ଅନ୍ୟପକ୍ଷରେ ଦେଶରେ ଆଜି ପର୍ଯ୍ୟନ୍ତ ମୋଟ ୫୪ କୋଟି ୧୮ ଲକ୍ଷ ୫ ହଜାର ୯୨୯ ଜଣଙ୍କ ନମୁନା ଚିହ୍ନଟ ହୋଇଥିବା ବେଳେ ୧୫ ଲକ୍ଷ ୩୦ ହଜାର ୧୨୫ ଜଣଙ୍କ ନମୁନା ଗତ ୨୪ ଘଣ୍ଟା ମଧ୍ୟରେ ପରୀକ୍ଷା ହୋଇଥିବା ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମଆର୍) ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ କେରଳ ସମେତ ୫ଟି ରାଜ୍ୟରୁ କେବଳ ମୋଟ ସଂକ୍ରମିତଙ୍କ ସଂଖ୍ୟାର ୮୮ ପ୍ରତିଶତ ଚିହ୍ନଟ ହୋଇଛନ୍ତି, ଯେଉଁଥିରେ କେବଳ କେରଳର ଅବଦାନ ୭୧.୬୬ ପ୍ରତିଶତ ରହିଛି। କେରଳରେ ଶନିବାର ଦିନକ ଭିତରେ ୨୦ ହଜାର ୪୮୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ତାମିଲନାଡ଼ୁରେ ୧ ହଜାର ୬୩୯ ଜଣ, ଆନ୍ଧ୍ର ପ୍ରଦେଶରେ ୧ ହଜାର ୧୪୫ ଜଣ, ମିଜୋରାମରେ ୧ ହଜାର ୮୯ ଜଣ ଓ କର୍ଣ୍ଣାଟକରେ ୮୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଥିବା ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ୧୮୧ ଜଣ କେରଳର ହୋଇଥିବା ବେଳେ ୩୫ ଜଣ ମହାରାଷ୍ଟ୍ରର ବୋଲି ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନାରୁ ସ୍ପଷ୍ଟ ହୋଇଛି। ଆହୁରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଜାରି ରହିଥିବା କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମରେ ୭୨ ଲକ୍ଷ ୮୬ ହଜାର ୮୮୩ ଜଣ ସାମିଲ୍ ହୋଇଥିବା ବେଳେ ମୋଟ ୭୩ କୋଟି ୮୨ ଲକ୍ଷ ୭ ହଜାର ୩୭୮ ଜଣ ଟିକା ନେଇସାରିଥିବା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଏଥିସହ ଦେଶର ୫୯.୫ ପ୍ରତିଶତ ସାବାଳକ ପ୍ରଥମ ଡୋଜ୍ ଟିକା ନେଇଥିବା ବେଳେ ଯୋଗ୍ୟତାପ୍ରାପ୍ତ ଲୋକଙ୍କ ମଧ୍ୟରୁ ୧୮.୬ ପ୍ରତିଶତ ଉଭୟ ଡୋଜ୍ ଟିକା ନେଇସାରିଥିବା ମନ୍ତ୍ରାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।