ମନ୍ତ୍ରିପରିଷଦ ବୈଠକରେ ବିଭିନ୍ନ ନୀତି ଓ ଯୋଜନା ସମ୍ପର୍କରେ ଆଲୋଚନା!


ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରିପରିଷଦ ବୈଠକ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। କୌଣସି ଏଜେଣ୍ଡା ନ ଥାଇ ହଠାତ ମନ୍ତ୍ରିପରିଷଦ ବୈଠକ ଡାକିବାର କାରଣ ଜଣାପଡ଼ି ନାହିଁ। ମନ୍ତ୍ରିପରିଷଦ ବୈଠକରେ କେଉଁ ପ୍ରସଙ୍ଗରେ ଆଲୋଚନା ହେଲା, ତାହା ମଧ୍ୟ ସରକାରୀ ଭାବେ ପଦାକୁ ଆସି ନାହିଁ।  ରାଷ୍ଟ୍ରପତି ଭବନର ଅଡିଟୋରିୟମରେ ମୋଦୀ ମନ୍ତ୍ରିପରିଷଦ ବୈଠକର ଅଧ୍ୟକ୍ଷତା କରିଛନ୍ତି। ମିଳିଥିବା ସୂଚନା ଅନୁସାରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ନୀତି ଓ ଯୋଜନା ସମ୍ପର୍କରେ ପ୍ରଧାନମନ୍ତ୍ରୀ  ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। କିପରି ଭାବେ ସରକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ, ତାହା ଉପରେ ଗୁରୁତ୍ବାରୋପ କରିଥିବା ଅନୁମାନ କରାଯାଉଛି।

ମନ୍ତ୍ରିପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ କ୍ୟବିନେଟ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇ କହିଛନ୍ତି ଯେ  ରାଷ୍ଟ୍ରମନ୍ତ୍ରୀମାନଙ୍କୁ ବିଭିନ୍ନ ନୀତି ପ୍ରଣୟନ ଓ ମନ୍ତ୍ରିସ୍ତରୀୟ କାମ ଗୁଡ଼ିକରେ ସକ୍ରିୟ ଭାବେ ଅଂଶ ଗ୍ରହଣ କରାନ୍ତୁ। କେନ୍ଦ୍ର ସରକାର ଲୋକଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ହେଲେ ଏହା ଲୋକଙ୍କ ପାଖରେ ଠିକ ଭାବେ ପହଞ୍ଚି ପାରୁ ନ ଥିବା ଅଭିଯୋଗ ହେଉଛି। ଯୋଜନାର ସୁଫଳ କିପରି ଲୋକମାନଙ୍କ ପାଖରେ ପହଞ୍ଚିବ ଓ ଲୋକେ କେମିତି ଏଥିରୁ ଫାଇଦା ପାଇବେ, ତାହା ଉପରେ ଧ୍ୟାନ ଦେବାକୁ ପରାମର୍ଶ ଦେଇଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।