ପ୍ରଦର୍ଶନ କରିବାରେ ବିଫଳ ମୁଖ୍ୟମନ୍ତ୍ରୀଙ୍କୁ ବଦଳାଇବାରେ ବିଜେପି ବ୍ୟସ୍ତ: ଚିଦାମ୍ବରମ


ବରିଷ୍ଠ କଂଗ୍ରେସ ନେତା ପି ଚାଦାମ୍ବରମ (ଫାଇଲ ଫଟୋ)
ବରିଷ୍ଠ କଂଗ୍ରେସ ନେତା ପି ଚାଦାମ୍ବରମ ବିରୋଧୀ ବିଜେପିକୁ ତେର୍ଚ୍ଛା ବାଣ ମାରିଛନ୍ତି। ସେ କହିଛନ୍ତି ଯେ ବର୍ତ୍ତମାନ ବିଜେପି ଖରାପ ପ୍ରଦର୍ଶନ କରୁଥିବା ମୁଖ୍ୟମନ୍ତ୍ରୀମାନଙ୍କୁ ବଦଳାଇବାରେ ବ୍ୟସ୍ତ ରହୁଛି। ମାତ୍ର ଏହି ତାଲିକା ବହୁତ ଲମ୍ବା ରହିଛି। ବିଜେପି ଶାସିତ ଆଉ କେତେକ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଦର୍ଶନ ଭଲ ନାହିଁ। ହରିୟାଣା, ତ୍ରିପୁରା ଓ ଗୋଆ ପରି ରାଜ୍ୟରେ ବିଜେପି ମୁଖ୍ୟମନ୍ତ୍ରୀ ଭଲ ପ୍ରଦର୍ଶନକାରୀ ତାଲିକାରେ ନାହାନ୍ତି। ଏସବୁ ରାଜ୍ୟରେ କ’ଣ ମୁଖ୍ୟମନ୍ତ୍ରୀମାନଙ୍କୁ ବିଜେପି ବଦଳାଇବ କି ବୋଲି ଚିଦାମ୍ବରମ ପ୍ରଶ୍ନ କରିଛନ୍ତି।

ଦୁଇ ଦିନ ତଳେ ବିଜୟ ରୂପାନୀ ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ଓ ଭୂପେନ୍ଦ୍ର ପଟେଲ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପରେ ଚିଦାମ୍ବରମ ଏପରି ଟ୍ବିଟ କରିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ନିକଟରେ କର୍ଣ୍ଣାଟକରେ ବିଏସ ୟେଦିୟୁରପ୍ପାଙ୍କୁ ଇସ୍ତଫା ଦେବାକୁ ପଡ଼ିଥିଲା ବେଳେ ତାଙ୍କ ସ୍ଥାନରେ ବାସବରାଜ ବୋମାଇ ନୂଆ ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେହିପରି ଭାବେ ଉତ୍ତରାଖଣ୍ଡରେ ୪ ମାସରେ ୩ ଜଣ ମୁଖମନ୍ତ୍ରୀ ହୋଇଛନ୍ତି। ତ୍ରିଭେନ୍ଦ୍ର ସିଂହ ରାୱତଙ୍କ ପରେ ତିରଥ ସିଂହ ରାୱତ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହା ପରେ ପରେ ପୁଷ୍କର ସିଂହ ଧାମୀ ମୁଖ୍ୟମନ୍ତ୍ରୀ ପଦରେ ବସିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।