୪୨୮ କୋରୋନା ସଂକ୍ରମିତ ଚିହ୍ନଟ, ୪ ଜଣଙ୍କ ପ୍ରାଣହାନୀ


ପ୍ରତୀକାତ୍ମକ ଫଟୋ
ରାଜ୍ୟରେ ଖସୁଛି କୋରୋନା ଗ୍ରାଫ୍। ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ। ଗତକାଲି ପରି ଆଜି ମଧ୍ୟ ୫ ଶହ ତଳକୁ ଦୈନିକ ସଂକ୍ରମଣ ଖସିଥିବା ବେଳେ ୮ଟି ଜିଲ୍ଲାରୁ ଜଣେ ହେଲେ ବି ରୋଗୀ ଚିହ୍ନଟ ହୋଇ ନାହାନ୍ତି। କେବଳ ଖୋର୍ଦ୍ଧା ଜିଲ୍ଲାକୁ ବାଦ୍ ଦେଲେ ରାଜ୍ୟରେ ଅନ୍ୟ କୌଣସି ଜିଲ୍ଲାରେ ସଂକ୍ରମଣ ଶହେ ଉପରେ ଦେଖିବାକୁ ମିଳିନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୪୨୮ ଜଣ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ୫୫ ଜଣ ଅଛନ୍ତି। ସେହିପରି ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୭୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ସେହିପରି ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମୁଛି। ରାଜ୍ୟରେ ଆଉ ୪ ଜଣ କୋରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୦୮କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୬୮୨ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସକ୍ରିୟ ମାମଲା ଏବେ ୭ ହଜାର ତଳକୁ ଖସିଛି। ଇତିମଧ୍ୟରେ ରାଜ୍ୟ‌ରେ ୧.୮୯ କୋଟି ଅତିକ୍ରମ କରିଛି ନମୁନା ପରୀକ୍ଷଣ। ରାଜ୍ୟରେ ୨୪ ଘଣ୍ଟାରେ ୬୦ ହଜାରରୁ ଉର୍ଦ୍ଧ୍ବ ନମୂନା ପରୀକ୍ଷା ହୋଇଥିବବେଳେ ପଜିଟିଭିଟି ହାର ରହିଛି ୨ ପ୍ରତିଶତ ତଳେ ରହିଛି। ଆଜି ସୁଦ୍ଧା ରାଜ୍ୟରେ ୧ କୋଟି ୮୯ ଲକ୍ଷ ୫୩ ହଜାର ୧୬୩ଟି ନମୁନା ପରୀକ୍ଷଣ କରାଯାଇଛି। ସେଥିମଧ୍ୟରୁ ୧୦ ଲକ୍ଷ ୧୭ ହଜାର ୨୬୧ ଜଣ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୨ ହଜାର ୮୧୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮ ହଜାର ୧୦୮ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି।

୨୨ ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଚିହ୍ନଟ ହୋଇଥିବା ୪୨୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୧୦ ଜଣ, କଟକ ଜିଲ୍ଲାରୁ ୪୬ ଜଣ, ଦେଓଗଡ଼ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତ୍‌ସିଂହପୁର ଜିଲ୍ଲାରୁ ୨୦ ଜଣ, ଯାଜପୁର ଜିଲ୍ଲାରୁ ୨୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୭୯ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନୟାଗଡ଼ ଜିଲ୍ଲାରୁ ୮ ଜଣ, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ ଓ ଷ୍ଟେଟ ପୁଲ୍‌ରୁ ୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ ଆଉ ୪ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ୪ ମୃତକଙ୍କ ମଧ୍ୟରୁ ୨ ଜଣ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ବେଳେ କଟକ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଖୋର୍ଦ୍ଧା ଜିଲ୍ଲାର ୨ ମୃତକ ଭୁବନେଶ୍ବରର ହୋଇଥିବା ବେଳେ ଜଣେ ୫୧ ବର୍ଷୀୟ ବ୍ୟକ୍ତି ଓ ୬୮ ବର୍ଷୀୟ ମହିଳା ଅଛନ୍ତି। ସେହିପରି କଟକ ଜିଲ୍ଲାରେ ୮୩ ବର୍ଷୀୟ ବ୍ୟକ୍ତି ଓ ପୁରୀ ଜିଲ୍ଲାରେ ଜଣେ ୨୫ ବର୍ଷୀୟ ଯୁବକ ପ୍ରାଣ ହରାଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରୁ ଅଧିକାଂଶ ମୃତକଙ୍କଠାରେ ମଧୁମେହ, ଉଚ୍ଚ ରକ୍ତଚାପ ଭଳି ଏକାଧିକ ଜଟିଳ ରୋଗ ଥିବା ଜଣାପଡ଼ିଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।