ପରବର୍ତ୍ତୀ ଟି-୨୦ ଅଧିନାୟକ ଦୌଡ଼ରେ ୩ ଖେଳାଳି


ରୋହିତ ଶର୍ମା, କେଏଲ ରାହୁଲ ଓ ଋଷଭ ପନ୍ତ (ଫାଇଲ ଫଟୋ)
ଆସନ୍ତା ଟି-୨୦ ବିଶ୍ବକପ ପରେ ବିରାଟ କୋହଲି ଟି-୨୦ ଦଳର ଅଧିନାୟକ ପଦରୁ ଓହରିଯିବାକୁ ଘୋଷଣା କରିବା ପରେ ପରବର୍ତ୍ତୀ ଅଧିନାୟକ କିଏ ତାହାକୁ ନେଇ ବିଚାରବିମର୍ଶ ଆରମ୍ଭ ହୋଇଛି। ରୋହିତ ଶର୍ମା ଦୌଡ଼ରେ ଆଗୁଆ ଥିଲେ ବି ୩୪ ବର୍ଷରେ ପଦାର୍ପଣ କରି ସାରିଥିବାରୁ ତାଙ୍କ ବଦଳରେ ଜଣେ ୟଙ୍ଗ ଅଧିନାୟକ ସପକ୍ଷରେ ବିସିସିଆଇ ସଭାପତି ଓ ସମ୍ପାଦକ ଥିବା ସୂଚନା ମିଳିଛି। ଏପରି ହେଲେ ରୋହିତ ମଧ୍ୟ ଅଧିନାୟକ ପଦ ନ ପାଇ ପାରନ୍ତି। କାରଣ ୩୪ ବର୍ଷୀୟ ରୋହିତ ଆସନ୍ତା ଏପ୍ରିଲ ମାସରେ ୩୫ ବର୍ଷରେ ପଦାର୍ପଣ କରିବେ। ବୟସ ଦୃଷ୍ଟିରୁ ରୋହିତ ଶର୍ମା ଲମ୍ବା ସମୟ ଧରି ଟି -୨୦ ଫର୍ମାଟର ଅଧିନାୟକତ୍ବ କରି ନ ପାରନ୍ତି।

ମାତ୍ର ରୋହିତ ଆସନ୍ତା ବର୍ଷ ଖେଳାଯିବାକୁ ଥିବା ଟି -୨୦ ବିଶ୍ୱକପରେ ଭାରତର ଅଧିନାୟକତ୍ୱ କରିବା ଆଶା ଅଧିକ ବୋଲି କୁହାଯାଉଛି। ଆସନ୍ତା ବର୍ଷ ଅକ୍ଟୋବର-ନଭେମ୍ବରରେ ଟି-୨୦ ବିଶ୍ୱକପ ଅଷ୍ଟ୍ରେଲିଆରେ ଖେଳାଯିବ। ଯଦି ବିସିସିଆଇ ଜଣେ ଯୁବ ପ୍ରତିଭାଙ୍କୁ ଟି-୨୦ର ନେତତ୍ବ ଦେବାକୁ ଚାହିଁବ, ତାହେଲେ ଏହି ତାଲିକାରେ କେଏଲ ରାହୁଲ ଓ ଋଷଭ ପନ୍ତ ଆଗରେ ବୋଲି କୁହାଯାଉଛି। କେଲଏଲ ରାହୁଲ ବିଗତ କିଛି ବର୍ଷ ମଧ୍ୟରେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି।  ଭାରତ ପାଇଁ ୩ଟି ଯାକ ଫର୍ମାଟରେ ମଧ୍ୟ ସେ ନିଜର ସ୍ଥାନ ପକ୍କା କରିଛନ୍ତି। ତାଙ୍କ ବୟସ ୨୯ ଆଉ ଏକ ପ୍ଲସ ପଏଣ୍ଟ। ସେହିପରି ଟି-୨୦ ଫର୍ମାଟରେ ଋଷଭ ପନ୍ତ ମଧ୍ୟ କୌଣସି ଗୁଣରେ କମ ନୁହନ୍ତି। ସେ ଯେପରି ବିଧ୍ବଂସୀ ବ୍ୟାଟ ଚାଳନା କରୁଛନ୍ତି ଓ ତାଙ୍କର ତରୁଣ ବୟସକୁ ଦେଖି ବିସିସିଆଇ ରିସ୍କ ନେଇପାରେ ବୋଲି ସମୀକ୍ଷକମାନେ ମତ ରଖୁଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।