ନିଟ୍ ପରୀକ୍ଷା ନେଇ ବର୍ଷିଲେ ସୁପ୍ରିମକୋର୍ଟ: ଜୁନିୟର୍ ଡାକ୍ତର ଫୁଟବଲ୍ ନୁହନ୍ତି


ପ୍ରତୀକାତ୍ମକ ଫଟୋ
ଦେଶରେ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ୍ (ନିଟ୍) ପିଜି ସୁପର୍ ସ୍ପେଶାଲିଟି ପରୀକ୍ଷା-୨୦୨୧ର ସିଲାବସରେ ଅନ୍ତିମ ମୁହୂର୍ତ୍ତରେ ପରିବର୍ତ୍ତନ କରାଯାଇଥିବା ବେଳେ ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ସୁପ୍ରିମକୋର୍ଟ ପ୍ରବଳ ବର୍ଷିଛନ୍ତି। ରାଜନୀତି ତଥା ଶାସନର ଖେଳରେ ଦେଶର ଜୁନିୟର୍ ଡାକ୍ତରମାନଙ୍କୁ କଦାପି ଫୁଟବଲ୍ ବୋଲି ଭାବିବା ଉଚିତ୍ ନୁହେଁ। ଏହି ମାମଲାରେ ଆସନ୍ତା ସୋମବାର ସୁଦ୍ଧା କେନ୍ଦ୍ର ସରକାର ଜବାବ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। ଏଥିସହ ଏ ସମ୍ବନ୍ଧରେ ବରିଷ୍ଠ ଅଧିକାରୀଙ୍କର ଏକ ବୈଠକ ମଧ୍ୟ ଆୟୋଜିତ କରିବାକୁ କଡ଼ା ନିର୍ଦେଶନାମା ଜାରି କରିଛନ୍ତି। କେନ୍ଦ୍ର ସରକାର ନିଟ୍ ପିଜି ସୁପର୍ ସ୍ପେଶାଲିଟି ପରୀକ୍ଷା-୨୦୨୧ର ସିଲାବସରେ ପରୀକ୍ଷାର ୨ ମାସ ପୂର୍ବରୁ ପରିବର୍ତ୍ତନ କରିଥିବାରୁ ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସେନ୍ତାଷ ଦେଖାଦେଇଛି। ଏହା ବିରୋଧରେ ୪୧ ଜଣ ପିଜି ଯୋଗ୍ୟତାଧାରୀ ଡାକ୍ତର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି।

ଅପରପକ୍ଷରେ ୨୦୧୮ରେ ପରୀକ୍ଷା ପ୍ୟାଟର୍ଣ୍ଣରେ ସାମାନ୍ୟ ଚିକିତ୍ସାରୁ ୪୦ ପ୍ରତିଶତ ଓ ସୁପର୍ ସ୍ପେଶାଲିଟି ବିଷୟରୁ ୬୦ ପ୍ରତିଶତ ପ୍ରଶ୍ନ ରହିଥିଲା। ମାତ୍ର ଚଳିତ ଥର ଏଥିରେ ପରୀକ୍ଷାର ୨ ମାସ ପୂର୍ବରୁ ପରିବର୍ତ୍ତନ କରାଯାଇ ସାମାନ୍ୟ ଚିକିତ୍ସାରୁ  ପ୍ରଶ୍ନ ପଚରାଯାଇଥିଲା। ଏହି ଆବେଦନକୁ ବିଚାର କରି ସୁପ୍ରିମକୋର୍ଟ କଡ଼ା ଭାଷାରେ କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। ସୁପ୍ରିମକୋର୍ଟ ଦେଶର ଏହି ଜୁନିୟର୍ ଡାକ୍ତରମାନଙ୍କୁ କଦାପି ସମ୍ବେଦନହୀନ ଅଧିକାରୀଙ୍କ ଦୟା ଉପରେ ଛାଡ଼ିପାରିବେ ନାହିଁ ବୋଲି କହିଛନ୍ତି। ତେଣୁ ଏହି ପରିପ୍ରେକ୍ଷୀରେ ସରକାର ନିଜର ଭୁଲକୁ ସୁଧାରି ନିଅନ୍ତୁ। ସରକାରଙ୍କ ନିକଟରେ କ୍ଷମତା ରହିଥିଲେ ହେଁ ଏହାର ଆଦୌ ଦୁରୁପଯୋଗ କରାଯାଇ ପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।