ଜବତ ସାମଗ୍ରୀ ବିସ୍ଫୋରଣ: ଉଡ଼ିଗଲା ଥାନା

ତଦନ୍ତ ଆରମ୍ଭ, ତ୍ରୁଟି ଥିଲେ ନିଆଯିବ ଆକ୍ସନ୍‌

ବିସ୍ଫୋରଣରେ ଭାଙ୍ଗି ଯାଇଛି ଥାନା
ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ। ଜବତ ହୋଇଥିବା ବିସ୍ଫୋରକ ଫୁଟି ଥାନାର ଛାତ ଉଡ଼ିଯିବା ସହ ଘର ଭାଙ୍ଗିଯାଇଛି। ତେବେ ସୌଭାଗ୍ୟବଶତଃ ଥାନା କର୍ମଚାରୀ ସରୋଜ ବେହେରା ବର୍ତ୍ତି ଯାଇଛନ୍ତି। ବିସ୍ଫୋରଣରେ ଥାନାର ଛାତ ଉଡ଼ିଯିବା ସହ ସମସ୍ତ ଆସବାବପତ୍ର ପୋଡ଼ିଯାଇଛି। ଦୁର୍ଘଟଣାସ୍ଥଳରେ ବୋମା ବିସ୍ଫୋରଣକାରୀ ଟିମ୍ ପହଞ୍ଚିଛି। ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ। ଏହାସହ ସ୍ଥିତି ଅନୁଧ୍ୟାନ କରୁଛନ୍ତି ପୁରୀ ଏସ୍‌ପି, ପିପିଲି ଏସ୍‌ଡିପିଓ। ଫରେନସିକ୍ ଟିମ୍‌ର ଛାନବିନ୍ ଜାରି ରହିଛି। ଡଗ୍ ଓ ବମ୍ ସ୍କ୍ବାଡ୍ ମଧ୍ୟ ଯାଞ୍ଚ ଜାରି ରଖିଛନ୍ତି।

ଗତକାଲି ବିଳମ୍ବିତ ରାତିରେ ବିସ୍ଫୋରଣରେ ଥାନାର ଛାତ ଭୁଶୁଡ଼ିବା ସହ କାନ୍ଥ ଫାଟିଥିଲା। ମାଲାଖାନାରେ ଥିବା ବିସ୍ଫୋରକ ସାମଗ୍ରୀ ଯୋଗୁ ଏହି ବିସ୍ଫୋରଣ ହୋଇଥିବା କହିଛନ୍ତି ପୁରୀ ଏସ୍‌ପି। ଘଟଣାର ତଦନ୍ତ ଜାରି ରହିଛି। ବିସ୍ଫୋରଣରେ ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସମେତ, କମ୍ପ୍ୟୁଟର, ଟେବୁଲ, ଚେୟାର ସବୁ ନଷ୍ଟ ହୋଇଛି। ବିସ୍ଫୋରଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ସୌଭାଗ୍ୟବଶତଃ କୌଣସି ଥାନା କର୍ମଚାରୀ ଥାନା ଭିତରେ ନ ଥିଲେ। ଯାହାଦ୍ୱାରା ବଡ଼ ଅଘଟଣରୁ ଥାନା କର୍ମଚାରୀ ବର୍ତ୍ତିଯାଇଛନ୍ତି।

ଘଟଣାସ୍ଥଳ ଅନୁଧ୍ୟାନ କଲେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ। କିଭଳି ପରିସ୍ଥିତିରେ ବିସ୍ଫୋରକ ସାମଗ୍ରୀ ରଖାଯାଇଥିଲା ଏବଂ କିଏ ଏହାର ଦାୟିତ୍ବରେ ଥିଲେ ତାର ଯାଞ୍ଚ ହେବ ବୋଲି ଆଇଜି କହିଛନ୍ତି। ସେହିପରି ଆଇଜି ବିସ୍ଫୋରଣ ଘଟଣା ନେଇ ଆହୁରୀ ମଧ୍ୟ କହିଛନ୍ତି ଯେ, ଯଦି କୌଣସି ପ୍ରକାର ଦୋଷ ତ୍ରୁଟି ଥିବ, ତେବେ ସେନେଇ କାର୍ଯ୍ୟାନୁଷ୍ଠାନ ନିଆଯିବ। ଅସ୍ଥାୟୀ ଭାବେ ଏହିଠାରେ ହିଁ ଥାନା କାର୍ଯ୍ୟ  ଚାଲିବ। ନିର୍ବାଚନ ନେଇ କୌଣସି ବାଧା ସୃଷ୍ଟି ହେବ ନାହିଁ। ଅତିରିକ୍ତ ଏସ୍‌ପିଙ୍କୁ ଘଟଣାର ତଦନ୍ତ ନିର୍ଦେଶ ଦିଆଯାଇଛି। ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ଜବତ ବିସ୍ଫୋରକକୁ କାହିଁକି ନିଷ୍କ୍ରିୟ କରାଯାଇ ନ ଥିଲା ଏହାର ମଧ୍ୟ ତଦନ୍ତ କରାଯିବ ବୋଲି କହିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।