୫୪୫ କୋରୋନା ଆକ୍ରାନ୍ତ ଚିହ୍ନଟ, ୭ ମୃତ


ପ୍ରତୀକାତ୍ମକ ଫଟ
ରାଜ୍ୟରେ ତଳମୁହାଁ ହେଉଛି କୋରୋନା ଗ୍ରାଫ୍‌। ଧିରେ ଧିରେ ରାଜ୍ୟରୁ ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ହେଁ ଗତକାଲି ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୪୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର  ୭୪ ଆକ୍ରାନ୍ତ ଅଛନ୍ତି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୨୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ ୪ଟି ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ବେଳେ କେବଳ ଖୋର୍ଦ୍ଧା ଜିଲ୍ଲାକୁ ବାଦ୍ ଦେଲେ ରାଜ୍ୟରେ ଅନ୍ୟ କୌଣସି ଜିଲ୍ଲାରେ ସଂକ୍ରମଣ ଶହେ ଉପରେ ଦେଖିବାକୁ ମିଳିନାହିଁ। ସେହିପରି  ସେହିପରି ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମୁଛି। ରାଜ୍ୟରେ ଆଉ ୭ ଜଣ କୋରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୮୭କୁ ବୃଦ୍ଧି ପାଇଛି। ଏହି ୭ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଗଞ୍ଜାମ, ଯାଜପୁର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ  ଥିବା ବେଳେ ଜଗତ୍‌ସିଂହପୁରରୁ ୨ ଜଣ ଅଛନ୍ତି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୬୫୩ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସକ୍ରିୟ ମାମଲା ଏବେ ୬ ହଜାର ତଳେ ରହିଛି। ଇତିମଧ୍ୟରେ ରାଜ୍ୟ‌ରେ ୧.୯୮ କୋଟି ଅତିକ୍ରମ କରିଛି ନମୁନା ପରୀକ୍ଷଣ। ରାଜ୍ୟରେ ୨୪ ଘଣ୍ଟାରେ ୬୦ ହଜାରରୁ ଉର୍ଦ୍ଧ୍ବ ନମୂନା ପରୀକ୍ଷା ହୋଇଥିବବେଳେ ପଜିଟିଭିଟି ହାର ରହିଛି ୨ ପ୍ରତିଶତ ତଳେ ରହିଛି। ଆଜି ସୁଦ୍ଧା ରାଜ୍ୟରେ ୧ କୋଟି ୯୮ ଲକ୍ଷ ୪୧ ହଜାର ୮୯୭ଟି ନମୁନା ପରୀକ୍ଷଣ କରାଯାଇଛି। ସେଥିମଧ୍ୟରୁ ୧୦ ଲକ୍ଷ ୨୫ ହଜାର ୩୦୯ ଜଣ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୧୧ ହଜାର ୪୮୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫ ହଜାର ୫୮୭ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି।

୨୭ ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଚିହ୍ନଟ ହୋଇଥିବା ୫୪୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୪୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ୍ ପୁଲ୍‌ରୁ ୫୦ଜଣ ରହିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।