ଖେରୀ ହିଂସାକାଣ୍ଡ ମାମଲାରେ ଶୁକ୍ରବାର ସୁଦ୍ଧା ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ନିର୍ଦେଶ


ଅଘଟଣ ପରେ ସ୍ଥାନୀୟ ଲୋକେ ଜାଣିଦେଇଥିବା ଗାଡ଼ି (ଫାଇଲ୍ ଫଟୋ)
ଲକ୍ଷ୍ନୌ: ଉତ୍ତର ପ୍ରଦେଶ ସରକାରଙ୍କୁ ବହୁଚର୍ଚ୍ଚିତ ଲଖିମପୁର ଖେରୀ ହିଂସାକାଣ୍ଡ ମାମଲାରେ ସବିଶେଷ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। ଗତ ରବିବାର ଉତ୍ତର ପ୍ରଦେଶର ଲଖିମପୁର ଖେରୀ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଉପରେ ଗାଡ଼ି ଚଢ଼ିଯିବା ଫଳରେ ଏହି ଘଟଣାକୁ ନେଇ ୪ ଜଣ ଚାଷୀଙ୍କ ସମେତ ସର୍ବମୋଟ ୮ ଜଣଙ୍କର ପ୍ରାଣହାନି ଘଟିଥିଲା। ଏହି ଘଟଣା ସମଗ୍ର ଦେଶକୁ ଦୋହଲାଇ ଦେଇଥିବା ବେଳେ ଏହି ମାମଲା ଏବେ ସୁପ୍ରିମକୋର୍ଟରେ ବିଚାରାଧୀନ ରହିଛି। ଏହି ମାମଲାରେ କେଉଁମାନଙ୍କୁ ଗିରଫ କରାଯାଇଛି, ତଦନ୍ତ କମିଟି କେତେଦୂର ତା’ର କାର୍ଯ୍ୟକୁ ଆଗେଇ ନେଇଛି ଓ ମୃତକଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ଆସନ୍ତା ଶୁକ୍ରବାର ଦାଖଲ କରିବାକୁ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି ପ୍ରଧାନ ବିଚାରପତି ଜଷ୍ଟିସ୍ ଏନଭି ରମନାଙ୍କ ନେତୃତ୍ବାଧୀନ ଖଣ୍ଡପୀଠ କରୁଥିବା ବେଳେ ଉତ୍ତର ପ୍ରଦେଶ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀଙ୍କୁ ଉପରୋକ୍ତ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ଏଥିସହ ସୁପ୍ରିମକୋର୍ଟ ହତ୍ୟାକାଣ୍ଡର ଶିକାର ହୋଇଥିବା ଚାଷୀ ଲଭପ୍ରୀତ୍ ସିଂଙ୍କ ଅସୁସ୍ଥ ମା’ଙ୍କୁ ସମସ୍ତ ପ୍ରକାର ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମଧ୍ୟ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। ଲଭପ୍ରୀତ୍ ପ୍ରାଣ ହରାଇଥିବା ଜାଣିବା ପରେ ତାଙ୍କ ମା’ ଅଚାନକ ଅସୁସ୍ଥ ହୋଇପଡ଼ିଛନ୍ତି।

ଏହି ମାମଲାରେ ଭାରତୀୟ ଦଣ୍ଡବିଧି (ଆଇପିସି)ର ୩୦୨ ଧାରା ଅନୁସାରେ କେନ୍ଦ୍ର ସ୍ବରାଷ୍ଟ୍ର ବିଭାଗ ରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଓ ଅନ୍ୟାନ୍ୟ କେତେକଙ୍କ ବିରୋଧରେ ମାମଲା ଦାଏର୍ କରାଯାଇଛି। ତିକୋନିଆ ଥାନାରେ ମାମଲା ରୁଜୁ ହୋଇଥିଲେ ହେଁ ଏହି ମାମଲାରେ ଅଦ୍ୟାବଧି କୌଣସି ଗିରଫଦାରୀ ହୋଇ ନ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ ଗତ ରବିବାର କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କୁ କଳା ପତାକା ଦେଖାଇବା ସକାଶେ ଚାଷୀମାନେ ଯୋଜନା କରିଥିଲେ। ଚାଷୀମାନେ ମହାରାଜା ଅଗ୍ରସେନ ଇଣ୍ଟର କଲେଜ କ୍ରୀଡ଼ା ପଡ଼ିଆରେ କେନ୍ଦ୍ର ସରକାର ତିନି ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରୁଥିଲେ। ଚାଷୀମାନେ କେନ୍ଦ୍ର ମନ୍ତ୍ରୀ ମିଶ୍ରାଙ୍କ ସହ ଉତ୍ତର ପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ମଧ୍ୟ କଳା ପତାକା ଦେଖାଇବା ସକାଶେ ମଧ୍ୟ ଯୋଜନା କରିଥିଲେ। ତେବେ ମିଶ୍ରା ସେଠାରେ ପହଞ୍ଚିବା ପରେ ଆନ୍ଦୋଳନରତ ଚାଷୀମାନେ ଗାଡ଼ି ଆଗକୁ ଯିବା ସମୟରେ ଦ୍ରୁତ ଗତିରେ ଯାଉଥିବା ଆଶିଷଙ୍କ ଗାଡ଼ି ଚାଷୀଙ୍କ ଉପରେ ଚଢ଼ିଯିବା ଫଳରେ ୪ ଜଣ ଚାଷୀଙ୍କର ମୃତ୍ୟୁ ହୋଇଥିଲା। ପରେ ଏହାକୁ ବିରୋଧ କରି ଉକ୍ତ ଅଞ୍ଚଳରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା, ଯେଉଁଥିରେ ଆଉ ୪ ଜଣଙ୍କ ପ୍ରାଣ ଯାଇଥିଲା।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।