ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ଅଭିଯୁକ୍ତ: କ୍ରାଇମବ୍ରାଞ୍ଚ ଏଡିଜି


ସୌମ୍ୟରଞ୍ଜନ ଓ ତାଙ୍କ ପତ୍ନୀ ବିଦ୍ୟାଭାରତୀ (ଫାଇଲ ଫଟୋ)
ଭୁବନେଶ୍ବର: ଏଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କ ବିରୋଧରେ ଦାଖଲ ହୋଇଛି ଚାର୍ଜସିଟ। ଶୁକ୍ରବାର ବିଳମ୍ବିତ ରାତିରେ ପାରଳାଖେମୁଣ୍ଡି କୋର୍ଟରେ ବିଦ୍ୟାଭାରତୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ତାଙ୍କ ବିରୋଧରେ ୩୦୦ରୁ ଅଧିକ ପୃଷ୍ଠାର ଚାର୍ଜସିଟ ଦାଖଲ ହୋଇଥିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା।

ସେ କହିଛନ୍ତି ଯେ, ସୌମ୍ୟରଞ୍ଜନ କିଛି କାଗଜ କିରାସିନି ଢାଳି ପୋଡ଼ୁଥିବା ବେଳେ ତାଙ୍କ ଗୋଡ଼ ଖସି ଯାଇଥିଲା। ଗୋଡ଼ ଖସିଯିବାରୁ କିରାସିନି ତାଙ୍କ ଉପରେ ଢାଳି ହୋଇଯାଇଥିଲା ଏବଂ ସେ ନିଆଁରେ ଜଳି ଯାଇଥିଲେ। ତେବେ ସୌମ୍ୟ ନିଆଁରେ ଜଳିଯାଉଥିବା ସମୟରେ ବିଦ୍ୟାଭାରତୀ ସେଠାରେ ଉପସ୍ଥିତ ଥିବା ସତ୍ତ୍ବେ ତାଙ୍କୁ ଉଦ୍ଧାର କରିବାକୁ କୌଣସି ପ୍ରକାର ପଦକ୍ଷେପ ନେଇ ନ ଥିଲେ। ଏନେଇ ବିଦ୍ୟାଭାରତୀଙ୍କ ବିରୋଧରେ ଆଇପିସିର ଧାରା ୨୮୫ (ନିଆଁ ଲାଗିଲା ବେଳେ ଅବହେଳାପୂର୍ଣ୍ଣ ଆଚରଣ) ଏବଂ ୩୦୪(ଏ)(ଅବହେଳା କାରଣରୁ ମୃତ୍ୟୁ) ଅନୁଯାୟୀ ଚାର୍ଜସିଟ୍ ପ୍ରସ୍ତୁତ କରାଯାଇ ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ଦାଖଲ କରାଯାଇଛି। ଏହି ଦଫାରେ ସଜା ୭ ବର୍ଷରୁ କମ୍ ଅର୍ଥାତ୍ ମାତ୍ର ୨ ବର୍ଷ ହୋଇ ଥିବାରୁ ବ୍ୟବସ୍ଥା ଅନୁଯାୟୀ ବିଦ୍ୟାଭାରତୀଙ୍କୁ ସିଆରପିସିର ଧାରା ୪୧ ଅନୁଯାୟୀ ନୋଟିସ୍ ଜାରି କରାଯାଇଛି। ତଦନ୍ତରେ ଯାହା କିଛି ପ୍ରମାଣ ମିଳିଥିଲା,‌ ସେହି ଅନୁସାରେ ଚାର୍ଜସିଟ କରାଯାଇଥିବା ସହ ୮୧ ଜଣ ସାକ୍ଷୀ ଥିବା କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା।`

ଏଡିଜି ସ୍ପଷ୍ଟ କରିଛନ୍ତି ଯେ ସାକ୍ଷୀମାନଙ୍କ ବୟାନ, ଟେଲିଫୋନର ସିଡିଆର୍ ଆନାଲିସିସ୍, ସୌମ୍ୟରଞ୍ଜନଙ୍କ ଡାଏରୀ, ସୌମ୍ୟରଞ୍ଜନଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ, ଡିଏଫଓ ସଂଗ୍ରାମ ଓ ବିଦ୍ୟାଭାରତୀଙ୍କ ପଲିଗ୍ରାଫ୍ ଟେଷ୍ଟ ରିପୋର୍ଟକୁ ଅନୁଧ୍ୟାନ କଲା ପରେ ଡିଏଫଓଙ୍କର ବିଦ୍ୟାଭାରତୀଙ୍କ ସହିତ ଅନୈତିକ ସମ୍ପର୍କର କୌଣସି ପ୍ରମାଣ ମିଳିନାହିଁ। ସୌମ୍ୟରଞ୍ଜନଙ୍କ ପୋଡ଼ି ଘଟଣାରେ ତାଙ୍କର ସମ୍ପୃକ୍ତି ଥିବା ପ୍ରମାଣ ମିଳିନାହିଁ। ସେହିଭଳି ସୌମ୍ୟରଞ୍ଜନଙ୍କ ରୋଷେୟା ମନ୍ମଥ କୁମ୍ଭଙ୍କ କ୍ଷେତ୍ରରେ ସାକ୍ଷୀଙ୍କ ବୟାନ, ପଲିଗ୍ରାଫ୍ ଟେଷ୍ଟ ରିପୋର୍ଟରୁ ତାଙ୍କର ବି ହତ୍ୟାକାଣ୍ଡ ସହିତ କୌଣସି ସମ୍ପର୍କ ଥିବା ପ୍ରମାଣ ମିଳିନାହିଁ।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।