ଦିନକରେ ଭାରତରେ ୧୫୮୨୩ ନୂଆ ସଂକ୍ରମିତ ଠାବ, ୨୨୬ ମୃତ


ଦେଶରେ କୋରୋନା ଟେଷ୍ଟ୍ ଜାରି ରହିଛି (ଫାଇଲ୍ ଫଟୋ)
ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟାରେ ଅର୍ଥାତ୍ ମଙ୍ଗଳବାର ଦିନକ ଭିତରେ ୧୫ ହଜାର ୮୨୩ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହା ଗତ ସୋମବାର ଠାବ ହୋଇଥିବା ସଂକ୍ରମିତଙ୍କ ତୁଳନାରେ ୧୦.୫ ପ୍ରତିଶତ ଅଧିକ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ସୋମବାର ଦିନକ ଭିତରେ ଦେଶର ପ୍ରଭାବିତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୧୪ ହଜାର ୩୧୩ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ସେହିପରି ଗତ ୨୪ ଘଣ୍ଟଶ ମଧ୍ୟରେ ଦେଶରେ ୨୨୬ ଜଣ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ଏଥିସହ ଦେଶରେ ଆଜି ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୧ ହଜାର ୧୮୯ ଜଣ ସଂକ୍ରମିତଙ୍କର ପ୍ରାଣହାନି ଘଟିଥିବା ବେଳେ ୩ କୋଟି ୪୦ ଲକ୍ଷ ୧ ହଜାର ୭୪୩ ଜଣ ସଂକ୍ରମିତ ହୋଇସାରିଥିବା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ସେହିପରି ମୋଟ ସଂକ୍ରମିତଙ୍କ ମଧ୍ୟରୁ ମାତ୍ର ୦.୬୧ ପ୍ରତିଶତ ଅର୍ଥାତ୍ ୨ ଲକ୍ଷ ୭ ହଜାର ୬୫୩ ଜଣ ସଂକ୍ରମିତ ଏବେ ଚିକିତ୍ସାଧୀନ ଅଛନ୍ତି, ଯାହାକି ଗତ ୨୧୪ ଦିନ ଭିତରେ ସର୍ବନିମ୍ନ ବୋଲି ମନ୍ତ୍ରାଳୟ ସ୍ପଷ୍ଟ କରିଛି।

ଅନ୍ୟପକ୍ଷରେ ଦେଶରେ ଜାରି ରହିଥିବା କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମରେ ଆଜି ପର୍ଯ୍ୟନ୍ତ ମୋଟ ୯୬.୪୩ କୋଟି ହିତାଧିକାରୀ ସାମିଲ୍ ହୋଇସାରିଛନ୍ତି। ଆହୁରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ଲକ୍ଷ ୨୫ ହଜାର ୩୯୯ ଜଣଙ୍କ ନମୁନା ପରୀକ୍ଷା ହୋଇଥିବା ବେଳେ ଅଦ୍ୟାବଧି ମୋଟ ୫୮ କୋଟି ୬୩ ଲକ୍ଷ ୬୩ ହଜାର ୪୪୨ ଜଣଙ୍କ ନମୁନା ପରୀକ୍ଷା ହୋଇସାରିଥିବା ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମଆର୍) ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଦେଶରେ ଆଜି ପର୍ଯ୍ୟନ୍ତ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୯୮.୦୪ ପ୍ରତିଶତ ଅର୍ଥାତ୍ ୩ କୋଟି ୩୩ ଲକ୍ଷ ୪୨ ହଜାର ୯୦୧ ଜଣ ସୁସ୍ଥତା ଲାଭ କରିସାରିଛନ୍ତି। ସେମାନଙ୍କ ମଧ୍ୟରେ ଗତ ୨୪ ଘଣ୍ଟାରେ ୨୨ ହଜାର ୮୪୪ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଆହୁରି ଗତ ୪୪ ଦିନ ହେଲା କ୍ରମାଗତ ଭାବେ ଦେଶରେ ଦୈନିକ ସଂକ୍ରମଣ ହାର ୩ ପ୍ରତିଶତଠାରୁ କମ୍ ରହିଛି। ତା’ଛଡ଼ା ସାପ୍ତାହିକ ସଂକ୍ରମଣ ହାର ୧.୪୬ ପ୍ରତିଶତ ରହିଥିବା ବେଳେ ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨ ହଜାର ୬୯ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହ ରାଜ୍ୟରେ ମୋଟ ୬୫ ଲକ୍ଷ ୮୧ ହଜାର ୬୭୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ଦିନକ ଭିତରେ ରାଜ୍ୟରେ ମୃତ୍ୟୁବରଣ କରିଥିବା ୪୩ ଜଣଙ୍କୁ ମିଶାଇ ମୋଟ ୧ ଲକ୍ଷ ୩୯ ହଜାର ୬୨୧ ଜଣଙ୍କ ପ୍ରାଣ କୋଭିଡ୍ ଭୂତାଣୁ ନେଇସାରିଛି ବୋଲି ମନ୍ତ୍ରାଳୟ ପକ୍ଷରୁ ବୁଧବାର ପୂର୍ବାହ୍ନରେ ସୂଚନା ଦିଆଯାଇଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।