ଟି-୨୦ ବିଶ୍ବକପ୍‌: ଭାରତ ପୁଣି ଧରାଶାୟୀ, ୮ ୱିକେଟ୍‌ରେ ହରାଇଲା ନ୍ୟୁଜିଲାଣ୍ଡ


ପ୍ଲେୟର ଅଫ ଦ ମ୍ୟାଚ ଇଶ୍ ସୋଢ଼ିଙ୍କୁ ସାଥୀ ଖେଳାଳି ବଧେଇ ଜଣାଉଛନ୍ତି
ଦୁବାଇ: ଭାରତର ପୁଣି ଥରେ ଶୋଚନୀୟ ପରାଜୟ ହୋଇଛି। ଆଇସିସି ଦ୍ୱାରା ପରିଚାଳିତ ଚଳିତ ଟି-୨୦ ପୁରୁଷ ବିଶ୍ୱକପ୍‌ର ଅନ୍ୟତମ ମୁକାବିଲାରେ ନ୍ୟୁଜିଲାଣ୍ଡ ୮ ୱିକେଟ୍‌ରେ ରବିବାର ଟିମ୍‌ ଇଣ୍ଡିଆକୁ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିଣି ନ୍ୟୁଜିଲାଣ୍ଡ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେବା ପରେ  କୋହଲିଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ କରିଥିଲା। ତେବେ ଆରମ୍ଭରୁ ହିଁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଭାରତ ୨୦ ଓଭରରେ ୭ଟି ୱିକେଟ୍‌ ହରାଇ ୧୧୦ ରନ୍‌ କରିଥିଲା। ଫଳରେ ନ୍ୟୁଜିଲାଣ୍ଡକୁ ୧୧୧ ରନ୍‌ ବିଜୟ ଲକ୍ଷ୍ୟ ମିଳିଥିଲା। ଏହାକୁ ନ୍ୟୁଜିଲାଣ୍ଡ ୧୪.୩ ଓଭରରେ ୨ଟି ୱିକେଟ ହରାଇ ହାସଲ କରିଛି। ସୂଚନାଯୋଗ୍ୟ, ଭାରତ ଗତ ୨୪ ତାରିଖରେ ପାକିସ୍ତାନ ଠାରୁ ୧୦ ୱିକେଟ୍‌ରେ ପରାସ୍ତ ହୋଇଥିଲା। ରୋହିତ ଶର୍ମା ଓ  ବିରାଟ କୋହଲିଙ୍କୁ ଆଉଟ୍ କରିଥିବା ଇଶ୍ ସୋଢ଼ିଙ୍କୁ ପ୍ଲେୟର ଅଫ ଦ ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା।

ନ୍ୟୁଜିଲାଣ୍ଡ ପାଇଁ ମାର୍ଟିନ ଗପଟିଲ ଓ ଡାରିଲ୍ ମିଚେଲ ଇନିଂସ ଆରମ୍ଭ କରିଥିଲେ। ଉଭୟ ଆରମ୍ଭରୁ ଭଲ ଖେଳିଥିଲେ। କ୍ବିୱି ଦଳ ୨୪ ରନ୍‌ରେ ଗପ୍‌ଟିଲ (୨୦ ରନ୍‌)ଙ୍କୁ ହରାଇଥିଲା। ଜସପ୍ରୀତ ବୁମରାଙ୍କ ବଲ୍‌ରେ ଶାର୍ଦ୍ଦୁଲ ଠାକୁରଙ୍କ ଦ୍ବାରା  କ୍ୟାଚ ଆଉଟ୍‌ ହେବା ପୂର୍ବରୁ ଗପଟିଲ ୧୭ଟି ବଲ୍‌ ଖେଳି ୩ଟି ଚୌକା ସହାୟତାରେ ଏହି ରନ୍‌ କରିଥିଲେ। ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ଦ୍ବିତୀୟ ଝଟକା ଲାଗିଥିଲା। ମିଚେଲ ଅର୍ଦ୍ଧଶତକ ହାସଲ କରିବା ପୂର୍ବରୁ ଜସପ୍ରୀତ ବୁମରାଙ୍କ ବଲରେ କେଏଲ୍‌ ରାହୁଲଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। କିନ୍ତୁ ସେ ପ୍ୟାଭିଲିୟନ ଫେରିବା ପୂର୍ବରୁ ଦଳକୁ ମଜବୁତ ସ୍ତରକୁ ନେଇଯାଇଥିଲେ। ସେ ୩୫ଟି ବଲ ଖେଳି ୪ ଚୌକା ଓ ୩ ଛକା ବଳରେ ୪୯ ରନ୍‌ କରିଥିଲେ। ତେବେ ଓପନର ଦ୍ବୟଙ୍କ ଭଲ ପ୍ରଦର୍ଶନ ଫଳରେ ନ୍ୟୁଜିଲାଣ୍ଡ ଏହି ମ୍ୟାଚକୁ ସହଜରେ ଜିତିଛି। ଅଧିନାୟକ କେନ୍‌ ୱିଲିୟମ୍‌ସନ୍‌ ଅପରାଜିତ ୩୩ ରନ୍‌ କରିଥିଲେ। ଏଥିରେ ସେ ୩୧ଟି ବଲ ଖେଳି ୩ଟି ଚୌକା ମାରିଥିଲେ। ସାଥୀ ଖେଳାଳି ଡେଭନ୍ କୋନୱେ ୪ଟି ବଲ୍‌ ଖେଳି ୨ ରନ୍‌ କରିଥିଲେ ଓ ଅପରାଜିତ ପାଭଲିଅନ୍‌ ଫେରିଥିଲେ। ଆଫଗାନିସ୍ତାନ ପକ୍ଷରୁ କେବଳ ଜସପ୍ରୀତ ବୁମରା ୨ଟି ୱିକେଟ ନେଇଥିଲେ।

ଟିମ୍‌ ଇଣ୍ଡିଆ ପକ୍ଷରୁ ଇନିଂସ ଆରମ୍ଭ କରିଥିଲେ କେଏଲ୍‌ ରାହୁଲ ଓ ଇଶାନ କିଶନ। ଭାରତ ୧୧ ରନ୍‌ରେ ନିଜର ପ୍ରଥମ ୱିକେଟ ଭାବେ ଇଶାନ କିଶନଙ୍କୁ ହରାଇଥିଲା। ଯୁବ କ୍ରିକେଟର ଇଶାନ କିଶନ ୮ଟି ବଲ୍‌ର ସାମ୍ନା କରି କେବଳ ଗୋଟିଏ ଚୌକା ସହାୟତାରେ ୪ ରନ୍‌ କରି ପ୍ୟାଭିଲିୟନ ଫେରିଯାଇଥିଲେ। ନ୍ୟୁଜିଲାଣ୍ଡର ୨ୟ ଶିକାର ହୋଇଥିଲେ କେଏଲ୍‌ ରାହୁଲ। ‌୧୬ ଟି ବଲ ଖେଳି ରାହୁଲ ଦଳ ପାଇଁ ୧୮ ରନ୍‌ ଯୋଡ଼ିଥିଲେ। ଏଥିରେ ୩ଟି ଚୌକା ସାମିଲ ଥିଲା। ରୋହିତ ଶର୍ମା ୧୪ଟି ବଲ୍‌ର ସମ୍ମୁଖୀନ ହୋଇ ୧୪ ରନ୍‌ କରିଥିଲେ। ଏଥିରେ ଗୋଟିଏ ଚୌକା ଓ ଗୋଟିଏ ଛକା ସାମିଲ ଥିଲା। ପରେ କ୍ରିଜକୁ ଆସି ଅଧିନାୟକ ବିରାଟ କୋହଲି ମଧ୍ୟ ନ୍ୟୁଜିଲାଣ୍ଡର ବୋଲରଙ୍କ ଆଗରେ ବିଫଳ ହୋଇଥିଲେ। କୋହଲି ୧୭ଟି ବଲ୍‌ର ସମ୍ମୁଖୀନ ହୋଇ ମାତ୍ର ୯ ରନ୍‌ ସଂଗ୍ରହ କରିଥିଲେ। ଏଥିରେ କୌଣସି ଚୌକା ଅଥବା ଛକା ମଧ୍ୟ ସାମିଲ ନ ଥିଲା। ଟିମ୍‌ ଇଣ୍ଡିଆ ପାଇଁ ଋଷଭ ପନ୍ତ ବ୍ୟକ୍ତିଗତ ଭାବେ ୧୨ ରନ୍‌ କରିଥିଲେ। ଏଥିପାଇଁ ସେ ୧୯ଟି ବଲ୍‌ର ସମ୍ମୁଖୀନ ହୋଇଥିଲେ। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ୨୪ଟି ବଲ୍‌ ଖେଳି ୨୩ ରନ୍‌ କରିଥିଲେ। ଏଥିରେ ସ‌େ ‌ଗୋଟିଏ ଚୌକା ମାରିଥିଲେ। ଶାର୍ଦ୍ଦୁଲ ଠାକୁର ୩ଟି ବଲ୍‌ ଖେଳି କୌଣସି ରନ୍‌ ନ କରି ପ୍ୟାଭିଲିୟନକୁ ଫେରିଥିଲେ। ରବୀନ୍ଦ୍ର ଜାଦେଜା ଦଳ ପାଇଁ ବ୍ୟକ୍ତିଗତ ଭାବେ ସର୍ବାଧିକ ୨୬ ରନ୍‌ ସଂଗ୍ରହ କରିଥିଲେ। ସେ ଅପରାଜିତ ରହି ପାଭଲିଅନ୍‌କୁ ଫେରିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ଟ୍ରେଣ୍ଟ ବୋଲ୍ଟ  ୩ଟି,  ଇଶ୍ ସୋଢ଼ି ୨ଟି, ଟିମ ସାଉଦି ଓ ଆଡାମ ମିଲନେ ଗୋଟିଏ ଲେଖାଏଁ ଓ୍ଵିକେଟ୍‌ ନେଇଥିଲେ।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।