ଦିନକରେ ୧୦ ହଜାର ୧୯୭ ସଂକ୍ରମିତ ଚିହ୍ନଟ, ୩୦୧ ମୃତ


କୋଭିଡ୍ ଟିକା ନେଉଛନ୍ତି ଜଣେ ଯୁବତୀ (ଫାଇଲ୍ ଫଟୋ)
ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ୧୯୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ଗତ ସୋମବାର ଦିନକ ଭିତରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ତୁଳନାରେ ୧୫ ପ୍ରତିଶତରୁ ଅଧିକ। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୩୦୧ ଜଣ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ଏଥିସହ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ହଜାର ୧୩୪ ଜଣ କୋଭିଡ୍ ସଂକ୍ରମିତ କୋରୋନା ଭୂତାଣୁକୁ ମାତ୍ ଦେବାରେ ସକ୍ଷମ ହୋଇଛନ୍ତି। ଫଳସ୍ବରୂପ ଆଜି ପର୍ଯ୍ୟନ୍ତ ମୋଟ ସଂକ୍ରମିତ ସଂଖ୍ୟାର ୯୮.୨୭ ପ୍ରତିଶତ ସୁସ୍ଥତା ଲାଭ କରିସାରିଛନ୍ତି। ଏହା ଗତ ବର୍ଷ ମାର୍ଚ୍ଚ ପରଠାରୁ ସର୍ବାଧିକ। ବୁଧବାର ପୂର୍ବାହ୍ନରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନାନୁସାରେ, ଆଜି ପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୭୩ ହଜାର ୮୯୦ ଜଣ ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି। ଏବେ ଦେଶରେ ୧ ଲକ୍ଷ ୨୮ ହଜାର ୫୫୫ ଜଣ ଚିକିତ୍ସାଧୀନ ଅଛନ୍ତି, ଯାହାକି ଗତ ୫୨୭ ଦିନ ଭିତରେ ସର୍ବାଧିକ ବୋଲି ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ଦେଶରେ ସାପ୍ତାହିକ ସଂକ୍ରମଣ ହାର କ୍ରମାଗତ ୫୪ ଦିନ ହେଲା ୨ ପ୍ରତିଶତ ତଳେ ଅର୍ଥାତ୍ ୦.୯୬ ପ୍ରତିଶତ ରହିଛି। ଆହୁରି ଗତ ୪୪ ଦିନ ହେଲା ଦୈନିକ ସଂକ୍ରମଣ ହାର ୨ ପ୍ରତିଶତ ତଳେ ଅର୍ଥାତ୍ ୦.୮୨ ପ୍ରତିଶତ ରହିଛି। ସେହିପରି ଦେଶରେ ଆଜି ପର୍ଯ୍ୟନ୍ତ କୋଭିଡ୍ ଭୂତାଣୁ ସଂକ୍ରମଣ କାରଣରୁ ୪ ଲକ୍ଷ ୬୪ ହଜାର ୧୫୩ ଜଣଙ୍କର ପ୍ରାଣହାନି ଘଟିସାରିଛି। ଦେଶରେ ନମୁନା ପରୀକ୍ଷା ଉପରେ ଗୁରୁତ୍ବ ଦିଆଯାଉଥିବା ବେଳେ ଆଜି ପର୍ଯ୍ୟନ୍ତ ୬୨ କୋଟି ୭୦ ଲକ୍ଷ ୧୬ ହଜାର ୩୩୬ ଜଣଙ୍କ ନମୁନା ପରୀକ୍ଷା ହୋଇସାରିଛି। ଏଥି ମଧ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୪୨ ହଜାର ୧୭୭ଟି ନମୁନା ପରୀକ୍ଷା ହୋଇଥିବା ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମଆର୍) ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କେରଳରୁ ୫ ହଜାର ୫୧୬ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମଙ୍ଗଳବାର ଦିନକ ଭିତରେ ୨୧୦ ଜଣ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ଏଥିସହ ରାଜ୍ୟରେ ମୋଟି ୫୦ ଲକ୍ଷ ୭୧ ହଜାର ୧୩୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଏବଂ ୩୬ ହଜାର ୮୭ ଜଣଙ୍କର ପ୍ରାଣହାନି ଘଟିଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।