ଆସିଲା ଜାନୁଆରୀ ଗାଇଡଲାଇନ: ରାତି ୧୦ରୁ ନାଇଟ୍‌ କର୍ଫ୍ୟୁ


ପ୍ରତୀକାତ୍ମକ ଫଟୋ
ଭୁବନେଶ୍ବର: ନୂଆବର୍ଷରେ ଫେରିଲା କୋରୋନା କଟକଣା। ଜାନୁଆରୀ ମାସ ପାଇଁ ଗାଇଡ୍‌ଲାଇନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଜାନୁଆରୀ ମାସ ପାଇଁ କଟକଣା କଡ଼ାକଡ଼ି କରାଯାଇଛି। ସର୍ବସାଧାରଣ ସ୍ଥଳରେ ପିକ୍‌ନିକ୍‌କୁ ବାରଣ କରାଯାଇଛି। ଅର୍ଥାତ ପାର୍କ ଓ ବେଳାଭୂମିରେ ପିକ୍‌ନିକ୍‌ କରିପାରିବେ ନାହିଁ। କୋଭିଡ୍‌ ନିୟମ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ପୂରା ଜାନୁଆରି ମାସରେ ସମସ୍ତ ସହରାଞ୍ଚଳରେ ନାଇଟ କର୍ଫ୍ୟୁ ଜାରି ରହିବ। ରାତି ୧୦ରୁ ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ଲାଗୁ ହେବ।  ଭୋର୍‌ ୫ ଟାରରୁ ରାତି ୧୦ ଯାଏ ଦୋକାନ ବଜାର ଖୋଲା ରହିବ।  ରାଜନୈତିକ ଓ ସାଂସ୍କୃତିକ ସମାବେଶ ଉପରେ ମଧ୍ୟ କଟକଣା ଲାଗୁ ହୋଇଛି। ଜିରୋନାଇଟ୍‌ ଓ ନୂଆବର୍ଷ ପାଳନ ମନା ହୋଇଛି।

ସେହିପରି ପ୍ରଦର୍ଶନୀ ଓ ବାଣିଜ୍ୟ ମେଳା, ପାର୍କ, ନେଚର କ୍ଲବ୍‌, ବେଳାଭୂମି ଓ ପର୍ଯ୍ୟଟନସ୍ଥଳୀରେ ଭୋଜିଭାତ ଆଦି ନିଷେଧ ରହିବ। କେବଳ ସରକାରୀ ଅନୁମୋଦିତ କାର୍ଯ୍ୟକ୍ରମକୁ ଅନୁମତି ମିଳିଛି। ହୋଟେଲ ଓ ଅନ୍ୟ ପ୍ରତିଷ୍ଠାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ମନା ରହିଛି।  ଶିକ୍ଷାନୁଷ୍ଠାନ ଓ ଅନ୍ୟ ପ୍ରତିଷ୍ଠାନର ବାର୍ଷିକତ୍ସୋବ ମନା ହୋଇଥିବା ବେଳେ ୫୦ ପ୍ରତିଶତ ଦର୍ଶକରେ ଚାଲିପାରିବ ଅଡିଟୋରିୟମ ଓ ସମ୍ମିଳନୀ କକ୍ଷ। ୫୦ ପ୍ରତିଶତ ଦର୍ଶକରେ ଚାଲିପାରିବ ସିନେମା ହଲ୍। ସିନେମା ହଲକୁ ଯିବାକୁ ଡବଲ ଡୋଜ୍ ଟିକା ବା ଟେଷ୍ଟ ରିପୋର୍ଟ ଜରୁରୀ। ସ୍ଥାନୀୟ ପ୍ରଶାସନର ନିର୍ଦ୍ଦେଶରେ ଚାଲିପାରିବ ଖୋଲା ମଞ୍ଚ ଓ ଯାତ୍ରା। ସେପଟେ ୨୫୦ ଲୋକଙ୍କୁ ନେଇ ହୋଇପାରିବ ବିବାହ, ବ୍ରତଘର ଓ ଦଶାହ କାର୍ଯ୍ୟ ହେବା ନେଇ ନିର୍ଦେଶନାମାରେ ଉଲ୍ଲେଖ ରହିଛି। ରାଜନୈତିକ ସମାବେଶରେ ସର୍ବାଧିକ ୧୦୦ ଲୋକଙ୍କୁ ଅନୁମତି।    

ନୂଆବର୍ଷ ଭିଡ଼ ନକରିବା ପାଇଁ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ସ୍ବତନ୍ତ୍ର ରିଲିଫ କମିସନର (ଏସ୍‌ଆରସି) ଚିଠି ଲେଖିଛନ୍ତି। ଚେକିଂ କଡ଼ାକଡ଼ି କରିବାକୁ ନିର୍ଦେଶ ଦେଇଛନ୍ତି। ପିକ୍‌ନିକ ସ୍ପଟ୍‌, ମଲ୍‌, ହୋଟେଲ୍‌, କ୍ଲବ୍‌ରେ ଚେକିଂ ନିର୍ଦ୍ଦେଶ ନିୟମରେ ଖିଲାପ ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦେଶ ହୋଇଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।