ଆଜି ଗାର୍ଡ଼ ଅଫ୍‌ ଅନର ସହ ହେବ ମିହିର ଦାସଙ୍କ ଶେଷକୃତ୍ୟ


ମିହିର ଦାସ (ଫାଇଲ ଫଟୋ)
ଭୁବନେଶ୍ବର/କଟକ: ଆରପାରିରେ ବର୍ଷୀୟାନ ଅଭିନେତା ମିହିର ଦାସ। ଓଡ଼ିଆ ଚଳଚ୍ଚିତ୍ର ଓ ଟେଲି ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କର ମଙ୍ଗଳବାର ଅପରାହ୍ଣରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହେଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମଙ୍ଗଳବାର ସନ୍ଧ୍ୟାରେ ଅଭିନେତା ମିହିର ଦାସଙ୍କ ମରଶରୀରକୁ କଟକ ସିଡ଼ିଏ ସେକ୍ଟର-୮ସ୍ଥିତ ତାଙ୍କ ବାସଭବନକୁ ନିଆଯାଇଛି ଓ ସେଠାରେ ତାଙ୍କର ଶେଷ ଦର୍ଶନ ଲାଗି ବ୍ୟବସ୍ଥା କରାଯାଇଛି।  ବୁଧବାର ମିହିର ଦାସଙ୍କ ଶେଷକୃତ୍ୟ ବୁଧବାର କଟକ ସତୀଚଉରା ଶ୍ମଶାନରେ ସମ୍ପନ୍ନ ହେବ। ରାଜ୍ୟ ସରକାରଙ୍କ ତରଫରୁ ମିହିର ଦାସଙ୍କୁ ଗାର୍ଡ଼ ଅଫ୍‌ ଅନର ଦିଆଯାଇ ଅନ୍ତିମ ସଂସ୍କାର କରାଯିବ। ଏ ନେଇ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫ୍‌ଡିସି)ର ଅଧ୍ୟକ୍ଷ ଅଭିନେତା କୁନା ତ୍ରିପାଠୀ ସୂଚନା ଦେଇଛନ୍ତି। ମିହିର ଦାସଙ୍କ ପରଲୋକରେ ରାଜ୍ୟ ପଲ୍ଲୀରୁ ସହର ପର୍ଯ୍ୟନ୍ତ ଚାରିଆଡେ ଶୋକର ଛାୟା ଖେଳିଯାଇଛି।

କିଛି ଦିନ ହେବ ଅସୁସ୍ଥତା ଯୋଗୁ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ୮ ଡିସେମ୍ବର ୨୦୨୧ରେ ଡାଇଲିସିସ ସମୟରେ ହୃଦଘାତ ହେବାରୁ ତାଙ୍କୁ କଟକର ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ କିଛି ବର୍ଷ ହେବ ସେ କିଡ଼ନୀଜନିତ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ଏହା ପରଠାରୁ ସେ ଆଇସିୟୁରେ ରହି ଚିକିତ୍ସିତ ହେଉଥିଲେ।  କିଡ଼ନୀଜନିତ ବ୍ୟାଧିରେ ପୀଡ଼ିତ ବରିଷ୍ଠ ଅଭିନେତା ମିହିର ଦାସଙ୍କ ଏକାଧିକ ଅଙ୍ଗ ଅକାମୀ ହୋଇ ପଡ଼ିବା ଫଳରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଅନେକ ଲୋକପ୍ରିୟ ଚଳଚ୍ଚିତ୍ରରେ ତାଙ୍କର ବଳିଷ୍ଠ ଅଭିନୟ ଯୋଗୁ ସେ ଦର୍ଶକମାନଙ୍କ ପ୍ରିୟଭାଜନ ହୋଇପାରିଥିଲେ। ତାଙ୍କ ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ସୃଷ୍ଟି ହୋଇଛି। ପ୍ରତ୍ୟେକ ବର୍ଗର ବ୍ୟକ୍ତିବିଶେଷ ତାଙ୍କ ପରଲୋକରେ ଶୋକାଭିଭୂତ ହୋଇପଡିଛନ୍ତି।

ଦିବଂଗତ ମିହିର ଦାସଙ୍କ ଶେଷ ଦର୍ଶନ ପାଇଁ ଓଲିଉଡ଼ର କଳାକାରଙ୍କ ସମେତ ଯାତ୍ରା ଜଗତର କଳାକାର ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ଉପସ୍ଥିତ ରହିଛନ୍ତି। ମିହିର ଦାସଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପିର ବରିଷ୍ଠ ନେତା ବୈଜୟନ୍ତ ପଣ୍ଡା, ରାଜ୍ୟ ସିନେ ଆର୍ଟିଷ୍ଟ ଆସୋସିଏସନ ଆଦି ଶୋକ ପ୍ରକାଶ କରିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।