କୋକିଳକଣ୍ଠୀ ଲତା ମଙ୍ଗେଶକରଙ୍କୁ କୋରୋନା, ଆଇସିୟୁରେ ଭର୍ତ୍ତି


ସ୍ବରସାମ୍ରାଜ୍ଞୀ ଲତା ମଙ୍ଗେଶକର (ଫାଇଲ ଫଟୋ)
ମୁମ୍ବାଇ: ଭାରତୀୟ ଚଳଚ୍ଚିତ୍ର ଦୁନିଆରେ ‘ସଙ୍ଗୀତର ବୁଲବୁଲ୍’ ଭାବେ ପରିଚିତ କୋକିଳକଣ୍ଠୀ ଲତା ମଙ୍ଗେଶକର କୋରୋନା ସଂକ୍ରମିତ ହୋଇଛନ୍ତି। ସ୍ବରସାମ୍ରାଜ୍ଞୀ ଲତାଙ୍କ ସ୍ବାବ ନମୁନା ପଜିଟିଭ ଆସିବାରୁ ତାଙ୍କ ବୟସକୁ ଦେଖି ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଲତାଙ୍କ ଭାଣିଜୀ ରଚନା ଏ ବିଷୟରେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଏବେ ମୁମ୍ବାଇର ବ୍ରିଚକ୍ୟାଣ୍ଡି ହସ୍ପିଟାଲର ଆଇସିୟୁରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ତାଙ୍କଠାରେ କୋରୋନାର ସମାନ୍ୟ ଲକ୍ଷଣ ଦେଖାଯାଇଥିବାବେଳେ ବୟସାଧିକ୍ୟ କାରଣ ଓ ନିମୋନିଆ ସଂକ୍ରମଣ ଯୋଗୁ ତାଙ୍କୁ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଥିବା ସୂଚନା ମିଳିଛି। ନଭେମ୍ବର ୨୦୧୯ରେ ଲତା ମଙ୍ଗେଶକର ଛାତିଜନିତ ସମସ୍ୟା ହେତୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା।

ଉଲ୍ଲେଖଯୋଗ୍ୟ, ଲତା ମଙ୍ଗେଶକର ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ମଧ୍ୟ ପ୍ରଦେଶର ଇନ୍ଦୋର ସହରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଦିନାନାଥ ମଙ୍ଗେଶକର ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗାୟକ, ଗୁରୁ ଓ ଥିଏଟର କଳାକାର ଥିଲେ। ପିଲାବେଳୁ ହିଁ ସଙ୍ଗୀତ ପ୍ରତି ମନ ବଳାଇଥିଲେ ଲତା। ତାଙ୍କ ସହ ତାଙ୍କ ଭାଇ ଓ ଭଉଣୀମାନେ ମଧ୍ୟ ଗୀତ ଶିଖୁଥିଲେ। ହେଲେ ଲତାଙ୍କୁ ୧୩ ବର୍ଷ ବୟସ ହୋଇଥିବା ବେଳେ ହୃଦଘାତରେ ତାଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା। ଆଉ ପରିବାର ଚଳାଇବା ପାଇଁ ଶେଷରେ ୧୯୪୨ ମସିହାରେ ଚଳଚ୍ଚିତ୍ର ସଙ୍ଗୀତ ଜଗତରେ ପାଦ ଦେଇଥିଲେ ଲତା ମଙ୍ଗେଶକର।

୧୯୪୨ରୁ ୧୯୪୮ ମସିହା ମଧ୍ୟରେ ଲତା ମଙ୍ଗେଶକର ହିନ୍ଦୀ ଓ ମରାଠୀ ଭାଷାରେ ୮ଟି ଗୀତରେ କଣ୍ଠଦାନ କରିଥିଲେ। ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର କିଟ୍ଟି ହାସଲରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ମଜବୁର, ବେଦର୍ଦ ଭଳି ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇ ପରିଚିତ ହେବା ପରେ ପୂରା ସଙ୍ଗୀତ ଜଗତରେ ଛାଇ ଯାଇଥିଲେ ଲତା। ୧୯୬୩ ମସିହାରେ ହୋଇଥିବା ଭାରତ-ଚୀନ ଯୁଦ୍ଧ ସମୟରେ ଲତାଙ୍କ ଗୀତ ‘ଏ ମେରେ ବତନ କେ ଲୋଗୋଁ’ ପୂରା ଦେଶବାସୀଙ୍କ ମନକୁ ଛୁଇଁଥିଲା। ସେତେବେଳର ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ଏହି ଗୀତ ଶୁଣି ଭାବବିହ୍ୱଳ ହୋଇପଡିଥିଲେ। ଏହି ଗୀତ ପାଇଁ ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏହାପରେ ଲତା ମଙ୍ଗେଶକର ‘ଲଗଜା ଗଲେ’, ‘ପ୍ୟାର କା ନଗମା’, ‘ସିସା ହୋ ୟା ଦିଲ’, ‘ତେରେ ବିନା ଜିନ୍ଦେଗୀ ସେ କୋଇ ସିକୱା ନେହିଁ’ ଭଳି ଗୀତ ଗାଇ ଘରେ ଘରେ ପରିଚିତ ହୋଇଥିଲେ।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।