କ୍ରାଇମବ୍ରାଞ୍ଚ କରିବ କ୍ୟାମେରାମ୍ୟାନ୍‌ ମାନସ ହତ୍ୟା ମାମଲାର ତଦନ୍ତ

ତଦନ୍ତ ପାଇଁ ୨ଟି ସ୍ୱତନ୍ତ୍ର ଟିମ୍‌ ଗଠନ କରାଯାଇଛି: କ୍ରାଇମ୍‌ବ୍ରାଞ୍ଚ ଏଡିଜି

କ୍ରାଇମ୍‌ବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ଓ ମାନସ ସ୍ବାଇଁ (ଫାଇଲ ଫଟୋ)
ଭୁବନେଶ୍ୱର: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ପୋଲିସ ଡିଜି ସୁନୀଲ ବଂସଲ ବୁଧବାର ନିର୍ଦେଶ ଦେଇଛନ୍ତି। ଏହି ହତ୍ୟା ମାମଲା ନେଇ କ୍ରାଇମ୍‌ବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ହତ୍ୟା ଘଟଣା ଉପରୁ ପରଦା ଉଠାଇବା ପାଇଁ ୨ଟି ସ୍ୱତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ ଭଦ୍ରକ, ଭୁବନେଶ୍ବର ଓ ନୟାଗଡ଼ରେ ତଦନ୍ତ କରିବ। ମାନସ କ୍ୟାମେରାମ୍ୟାନ ଭାବେ କାମ କରୁଥିବା ୱେବ୍‌ ପୋର୍ଟାଲର ମାଲିକାଣୀ ଶର୍ମିଷ୍ଠା ରାଉତଙ୍କୁ ଧରିବା ପାଇଁ ଗୋଟିଏ ଟିମ୍‌ ନିୟୋଜିତ ହେବ। ଶର୍ମିଷ୍ଠା ରାଜ୍ୟ ବାହାରେ ଥିବାରୁ ଏକ ଟିମ୍‌ ବାହାରକୁ ଯିବ। ବର୍ତ୍ତମାନ ତଦନ୍ତ ଜାରି ରହିଥିବାରୁ ସବୁ ତଥ୍ୟ ଦିଆଯାଇପାରିବ ନାହିଁ।‌ ତେଣୁ ତଦନ୍ତ ପରେ ଗଣମାଧ୍ୟମକୁ ଅଧିକ ତଥ୍ୟ ଦିଆଯିବ। କ୍ରାଇମ୍‌ବ୍ରାଞ୍ଚ ଡିସିପିଙ୍କ ନେତୃତ୍ବରେ ତଦନ୍ତ ଚାଲିବ। ଶର୍ମିଷ୍ଠାଙ୍କୁ ଧରିବା ସହ ତଦନ୍ତକୁ ଅଗ୍ରଗତି କରାଇବାକୁ କ୍ରାଇମବ୍ରାଞ୍ଚ ପୋଲିସକୁ ସହଯୋଗ କରିବ।

ସୂଚନାଯୋଗ୍ୟ, ଶର୍ମିଷ୍ଠାଙ୍କ ୱେବ୍‌ ପୋର୍ଟାଲରେ କ୍ୟାମେରାମ୍ୟାନ ଭାବେ କାମ କରୁଥିବା ନୟାଗଡ଼ ଜିଲ୍ଲା ରଣପୁର ଥାନା ନୂଆପଲ୍ଲୀ ଗୋଡ଼ିପୋଖରୀ ଗ୍ରାମର ମାନସ ସ୍ବାଇଁ ଫେବ୍ରୁଆରୀ ୬ ତାରିଖ ସନ୍ଧ୍ୟାରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ପଳାଶପୁର ଗାଁରେ ଏକ ବିବାହ ଉତ୍ସବରେ ଫଟୋଚିତ୍ର ଓ ଭିଡିଓ ଉତ୍ତୋଳନ କରିବାକୁ ଆସିଥିଲେ। ଫେରିବା ବାଟରେ ମାନସ ନିଖୋଜ ହୋଇଯାଇଥିଲେ। ଚାନ୍ଦବାଲି ଥାନାରେ ମାନସଙ୍କ ନିଖୋଜ ନେଇ ଫେବ୍ରୁଆରୀ ୧୪ରେ ତାଙ୍କ ପରିବାର ତରଫରୁ ଏତଲା ଦିଆଯିବା ପରେ ପୋଲିସ ଆଇପିସିର ଦଫା ୩୬୩ ଓ ୩୪ରେ ମାମଲା ରୁଜୁ କରିଥିଲା। ଚଣ୍ଡିଖୋଲ ଛକରେ ପଡ଼ିଥିବା ମୋବାଇଲକୁ ସେଠାରେ ଜଣେ ଦୋକାନୀ ପାଇବା ପରେ ପୋଲିସକୁ ଦେଇଥିଲେ। ମୋବାଇଲ କଲ୍‌ ଡିଟେଲ୍‌ ଆଧାରରେ ତଦନ୍ତ ଆଗକୁ ବଢ଼ିବା ସହ ପୋଲିସ ହାତରେ ଅନେକ ଗୁରୁତ୍ବପୂର୍ଣ୍ଣ ସୁରାକ ଲାଗିଥିଲା। ସେହିଠାରୁ ତଦନ୍ତ ଆଗକୁ ବଢ଼ିଥିଲା।

ପୋଲିସର ତଦନ୍ତ ଅନୁଯାୟୀ, ଫେବ୍ରୁଆରୀ ୭ ତାରିଖ ସକାଳେ ମାନସ ଭୁବନେଶ୍ବର ଫେରିବା ସମୟରେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ଶର୍ମିଷ୍ଠା ଓ ତାଙ୍କର ସହଯୋଗୀ ଝୁନୁଲତା ଭୋଇ, ଖଣ୍ଡଗିରି ଥାନା ବରମୁଣ୍ଡା ଡାଏରୀ ଫାର୍ମ ବସ୍ତିର ଭାଗ୍ୟଧର ନାୟକ, ନୟାଗଡ଼ ଜିଲ୍ଲା ରଣପୁର ଥାନା ଧାମଡ଼ା ଗାଁର ବିବେକ ନାୟକ, ଭୁବନେଶ୍ବର ଶ୍ରୀଲିଙ୍ଗରାଜ ଥାନା ମଙ୍ଗଳାସାହିର କୃଷ୍ଣଚନ୍ଦ୍ର ନା‌ୟକ, ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପାଣିବନ୍ଧ ଗାଁର ରଞ୍ଜନ ନାୟକ ଏକ ଗାଡ଼ିରେ ଆସି ମାନସଙ୍କୁ ପଳାଶପୁର ଛକରୁ ଉଠାଇ ନେଇଥିଲେ। ମାନସଙ୍କୁ ଏହି ୫ ଜଣ ଅପହରଣ କରି ଭୁବନେଶ୍ବର ନେବା ବେଳେ ବାଟରେ ମାରଧର କରିବା ସହ ସେହି ଚିପ୍‌ସ କୋଉଠି ରଖିଛୁ ବୋଲି ପଚାରିଥିଲେ ଶର୍ମିଷ୍ଠା। ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଛକ ନିକଟରେ ମାନସଙ୍କ ମୋବାଇଲ ଛଡ଼ାଇ ନେଇ ଫିଙ୍ଗି ଦିଆଯାଇଥିଲା। ତାଙ୍କୁ ଅପହରଣ କରାଯିବା ପରେ ଏୟାରଫିଲ୍ଡ ଥାନା ସୁନ୍ଦରପଦା-ଜଟଣୀ ରାସ୍ତାରେ ଥିବା କଣ୍ଟିଲୋ ‘ଦୟାଲ’ ବୃଦ୍ଧାଶ୍ରମକୁ ଅଣା ଯାଇଥିଲା। ସେଠାରେ ହିଁ ରାତିରେ ତାଙ୍କୁ ନିରଞ୍ଜନ, ଶର୍ମିଷ୍ଠା ଓ ଅନ୍ୟ ଅଭିଯୁକ୍ତମାନେ ମିଳିମିଶି ହତ୍ୟା କରିଥିଲେ। ଫେବ୍ରୁଆରୀ ୮ ତାରିଖ ସକାଳେ ନୟାଗଡ଼ ଜିଲ୍ଲା ରଣପୁର ଥାନା ବଧିପାଟଣା ନିକଟରେ ତାଙ୍କ ମୃତଦେହକୁ ଅଭିଯୁକ୍ତମାନେ ପୋତି ଦେଇଥିଲେ।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।