ଇମ୍ରାନ୍‌ଙ୍କୁ ବଡ଼ ଝଟ୍‌କା: ଅନାସ୍ଥା ପ୍ରସ୍ତାବ ପୂର୍ବରୁ ବିରୋଧୀ ଦଳରେ ଯୋଗଦେଲେ ସହଯୋଗୀ


ଇମ୍ରାନ ଖାନ୍‌ (ଫାଇଲ ଫଟୋ)
ଇସ୍‌ଲାମାବାଦ: ଆସନ୍ତା ୨୫ ତାରିଖରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ବିରୋଧରେ ପାକିସ୍ତାନ ସଂସଦରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ଙ୍କୁ ବୁଧବାର ଏକ ବଡ଼ ଝଟକା ଲାଗିଛି। ଏକ ନାଟକୀୟ ଘଟଣାକ୍ରମରେ ଶାସକ ଦଳର ତିନି ପ୍ରମୁଖ ସହଯୋଗୀ ବିରୋଧୀ ମେଣ୍ଟରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ସ୍ଥାନୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଶାସକ ସରକାରଙ୍କ ତିନି ପ୍ରମୁଖ ମିଳିତ ସହଯୋଗୀ ମୁତାହିଦା କୌମି ମୁଭମେଣ୍ଟ ପାକିସ୍ତାନ (ଏମକ୍ୟୁଏମ-ପି), ପାକିସ୍ତାନ ମୁସଲିମ ଲିଗ-କାଏଦ (ପିଏମଏଲ-କ୍ୟୁ) ଏବଂ ବେଲୁଚିସ୍ତାନ ଆୱାମି ପାର୍ଟି (ବିଏପି) ପ୍ରଧାନମନ୍ତ୍ରୀ ଇମ୍ରାନ୍‌ଙ୍କ ବିରୋଧରେ ଆଗତ ହେବାକୁ ଥିବା ଅନାସ୍ଥା ପ୍ରସ୍ତାବ କାଳରେ ବିରୋଧୀଙ୍କ ସହ ଠିଆ ହେବାକୁ ଓ ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ଜିଓ ନ୍ୟୁଜ ସୂତ୍ରରୁ ପ୍ରକାଶ।

ସୂତ୍ରରୁ ପ୍ରକାଶ ଯେ ଶାସନ କ୍ଷମତାରେ ଥିବା ସରକାରଙ୍କ ସମସ୍ତ ତିନି ସହଯୋଗୀ ଖୁବ୍‌ ଶୀଘ୍ର (ମାର୍ଚ୍ଚ ୨୫ରେ ଆଶା କରାଯାଉଥିବା ଅନାସ୍ଥା ପ୍ରସ୍ତାବରେ) ଇମ୍ରାନ ଖାନଙ୍କୁ ହଟାଇବା ଅଭିଯାନରେ ବିରୋଧୀ ଦଳରେ ଯୋଗଦେବାକୁ ଘୋଷଣା କରିବେ। ଉଲ୍ଲେଖଯୋଗ୍ୟ, ଇମ୍ରାନ ଖାନଙ୍କ ଦଳ ସଂପ୍ରତି ଆଭ୍ୟନ୍ତରୀଣ ବିଦ୍ରୋହର ସମ୍ମୁଖୀନ ହେଉଛି। ଜାତୀୟ ସଭା (ଏମଏନଏ)ର ଅନେକ ସଦସ୍ୟ ଇମ୍ରାନ ଖାନଙ୍କ ନେତୃତ୍ୱାଧୀନ ପାକିସ୍ତାନ ତେହରିକ- ଇ- ଇନସାଫ (ପିଟିଆଇ)କୁ ପରିତ୍ୟାଗ କରି ବିରୋଧୀ ଦଳରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ପ୍ରାୟ ୨୪ ଜଣ ସାଂସଦ ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ୍‌ ଦେବାକୁ ଘୋଷଣା କରିଥିଲେ ଏବଂ ଇମ୍ରାନ ଖାନଙ୍କ ନେତୃତ୍ୱାଧୀନ ପାକିସ୍ତାନର ପିଟିଆଇ ସରକାରଙ୍କ ଠାରୁ ନିଜକୁ ଅଲଗା କରି ନେଇଥିଲେ।

ଇତିମଧ୍ୟରେ, ପାକିସ୍ତାନର ସେନାମୁଖ୍ୟ ମଧ୍ୟ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କୁ ପଦ ଛାଡ଼ିବା ପାଇଁ କହି ସାରିଥିବା ବେଳେ ଆଜିର ଏହି ଘଟଣା ପରେ ଇମ୍ରାନ୍‌ ଖାନ୍‌ ଅନାସ୍ଥା ପ୍ରସ୍ତାବ ସଂସଦରେ ଆଗତ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ପାରନ୍ତି ବୋଲି ପାକିସ୍ତାନରେ ଏବେ ଚର୍ଚ୍ଚା ଜୋର ଧରିଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।
ପ୍ରମୋଦ ଡେଇଁପଡ଼ି ମୋତେ କୁଣ୍ଢାଇବେ ବୋଲି ଭାବି ନ
ନୂଆଦିଲ୍ଲୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ୍ ଇତିହାସରେ ଏହା ଏକ ଅବିସ୍ମରଣୀୟ ଦୃଶ୍ୟ । ଟୋକିଓ ପାରାଲିମ୍ପିକ୍ସର ପୁରୁଷ ଏସ୍‌ଏଲ୍‌୩ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟର ଫାଇନାଲ ମ୍ୟାଚ୍ ଜିତି ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଉତ୍ସବମୁଖର ନ ହୋଇ ସିଧା ଭାରତୀୟ ଦଳର ପ୍ରଶିକ୍ଷକ ଗୌରବ ଖାନ୍ନାଙ୍କ ପାଖକୁ ଦୌଡ଼ିଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ। ପ୍ରମୋଦ ଏତେ ଖୁସି ହୋଇ ଯାଇଥିଲେ ଯେ ଗୌରବଙ୍କୁ ସେ ଆଲିଙ୍ଗନ କରି ଝୁଲି ପଡ଼ିଥିଲେ। ଗୌରବ କହିଛନ୍ତି ଯେ ଏହା ଅପ୍ରତ୍ୟାଶିତ ଥିଲା ଏବଂ ପ୍ରମୋଦ ଏପରି କରିବେ ବୋଲି ସେ ଆଦୌ ଆଶା କରି ନ ଥିଲେ। ପ୍ରମୋଦଙ୍କ ଏପରି ଆଚରଣ ତାଙ୍କୁ ବହୁତ ଖୁସି ଦେଇଥିଲା ବୋଲି ଭାରତୀୟ ଜାତୀୟ ବ୍ୟାଡ୍‌ମିଣ୍ଟନ ପ୍ରଶିକ୍ଷକ ଗୌରବ କହିଛନ୍ତି।