ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୮ ବର୍ଷରୁ କମ୍ ବୟସ୍କ ୩ ଜଣ ଶିଶୁ ଓ କିଶୋର କୋରୋନା ପଜିଟିଭ ଅଛନ୍ତି। ସୂଚନାଯୋଗ୍ୟ, ଗତକାଲି ୧୧ ଜଣ କୋରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨ ଲକ୍ଷ ୮୭ ହଜାର ୯୦୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୨ ଲକ୍ଷ ୭୮ ହଜାର ୬୦୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଦିନକରେ ରାଜ୍ୟର ୬ଟି ଜିଲ୍ଲାରୁ ୧୭ ଜଣ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା, କଳାହାଣ୍ଡି, ରାୟଗଡ଼ା ଓ ଷ୍ଟେଟ ପୁଲରୁ ଲେଖାଏଁ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।