ଚର୍ଚ୍ଚିଲଙ୍କୁ ପ୍ରଧାନମନ୍ତ୍ରୀ ହେବାକୁ ରୋକିପାରି ନ ଥିଲା ରାଜନୀତିର ସାମୟିକ ବିଫଳତା


ସମସ୍ତଙ୍କ ଜୀବନରେ ଯେକୌଣସି ସମୟରେ ବ୍ୟର୍ଥତା, ବିଫଳତା ଆସିପାରେ। ଯିଏ ବିଫଳତାରେ ଭାଙ୍ଗି ନ ପଡ଼ି ଆଗକୁ ବଢ଼ିଚାଲେ, ତା’ପାଇଁ ସଫଳତା ନିଶ୍ଚିତ ଆସେ। ବିଶ୍ୱର ଏମିତି ଅନେକେ ସଫଳ ମଣିଷ ଥିଲେ ବା ଅଛନ୍ତି, ଯେଉଁମାନେ ଜୀବନର ପ୍ରଥମ ଭାଗରେ ଏକ ବା ଏକାଧିକ ଥର ବ୍ୟର୍ଥତା ଓ ବିଫଳତା ସହ ମୁହାଁମୁହିଁ ହୋଇଛନ୍ତି। କିନ୍ତୁ ଶେଷରେ ଜିତିଛନ୍ତି, ଏଇ ଜିତିବା ହିଁ ସେମାନଙ୍କୁ କରିଦେଇଛି ବିଶ୍ୱ ପ୍ରସିଦ୍ଧ।

ସେହିଭଳି ଜଣେ ବିଫଳ ବ୍ୟକ୍ତିତ୍ବ ହେଉଛନ୍ତି ସାର୍‌ ଓ୍ୱିନଷ୍ଟନ ଚର୍ଚ୍ଚିଲ। ରାଜନୀତିରୁ କିଛିଦିନ ପାଇଁ ତାଙ୍କୁ ସନ୍ନ୍ୟାସ ନେବାକୁ ପଡ଼ିଥିଲା। ଏପରିକି ଆଦର୍ଶଗତ ମତପାର୍ଥକ୍ୟ ଯୋଗୁଁ ୧୯୨୯ରୁ ୧୯୩୯ ମସିହା ପର୍ଯ୍ୟନ୍ତ ତାଙ୍କୁ ନିଜ ରାଜନୈତିକ ଦଳରୁ ବିଦାୟ ନେବାକୁ ମଧ୍ୟ ପଡ଼ିଥିଲା। କିନ୍ତୁ ୧୯୪୦ ମସିହାରେ ସେ ହୋଇଥିଲେ ବ୍ରିଟେନର ପ୍ରଧାନମନ୍ତ୍ରୀ।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

୩୨ତମ ଅଲିମ୍ପିକ୍ସ ଉଦଯାପିତ: ଟୋକିଓକୁ
ଟୋକିଓ: ୧୭ ଦିନ ଧରି ଚାଲିଥିବା କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ରବିବାର ପୂର୍ଣ୍ଣଚଛେଦ ପଡ଼ିଛି। ଗତ ୨୦୨୦ରେ ସଂସ୍କରଣଟି ଆୟୋଜିତ ହେବାକୁ ଥିଲେ ହେଁ କୋରୋନା ମହାମାରୀ କାରଣରୁ ଏହାକୁ ବର୍ଷେ ଘୁଞ୍ଚାଇ ଦିଆଯାଇଥିଲା। ଜାପାନରେ ଗତ ୨୩ ତାରିଖରେ ସଂସ୍କରଣ ଆରମ୍ଭ ପୂର୍ବରୁ ରାଜଧାନୀ ଟୋକିଓରେ ଏମର୍ଜେନସି ଜାରି ହେବା ସତ୍ତ୍ବେ ଆୟୋଜକଙ୍କ ଦୃଢ଼ ଇଛାଶକ୍ତି ଓ ଅଂଶୀଦାର ଦେଶର ସହଯୋଗ ବଳରେ ଅନତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ଟୋକିଓ ୨୦୨୦ ସୁଚାରୁ ରୂପେ ଶେଷ କରିଛନ୍ତି। ସଂସ୍କରଣଟି ରବିବାର ଉଦଯାପିତ ହୋଇଥିବା ବେଳେ ବିନା ଦର୍ଶକରେ ଆୟୋଜିତ ହୋଇଥିଲେ ମଧ୍ୟ ବିଶ୍ବବ୍ୟାପୀ ଦର୍ଶକ ଏହାକୁ ମନଭରି ଉପଭୋଗ କରିଛନ୍ତି। ଆକର୍ଷଣୀୟ ଉଦଘାଟନୀ ଉତ୍ସବ ସହ ଆରମ୍ଭ ହୋଇଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣଟି ରଙ୍ଗିନ ଆଲୋକମାଳା ସହ ରଙ୍ଗବେରଙ୍ଗର ଆତସବାଜି ସହ ଶେଷ ହୋଇଛି। ଆତସବାଜିରେ ଟୋକିଓ ଆକାଶ ପ୍ରଜ୍ଜ୍ବଳିତ ହେବା ସହ ଅଲିମ୍ପିକ୍ ରିଙ୍ଗଗୁଡ଼ିକର ଚିତ୍ର ପ୍ରତିଫଳିତ ହୋଇଥିଲା, ଯାହାକି ବେଶ୍ ଉପଭୋଗ୍ୟ ଥିଲା। ଏଥିସହ ଜାପାନ ରାଜଧାନୀରେ ଅଲିମ୍ପିକ୍ସ ଇଭେଣ୍ଟ ଉପରେ ପରଦା ଟଣାଯାଇଛି ଓ ପରବର୍ତ୍ତୀ ସଂସ୍କରଣର ଆୟୋଜକ ପ୍ୟାରିସକୁ ପତାକା ହସ୍ତାନ୍ତର କରାଯାଇଛି। ଏହି ପତାକା ହସ୍ତାନ୍ତର ସହ କୌଣସି ପ୍ରକାର ବାଧାବିଘ୍ନ ଅଲିମ୍ପିକ୍ସ ପରି କ୍ରୀଡ଼ା ମହାକୁମ୍ଭ ଆୟୋଜନରେ ବାଧକ ହୋଇପାରିବ ନାହିଁ, ଏପରି ଏକ ବାର୍ତ୍ତା ମଧ୍ୟ ଦିଆଯାଇଛି। ତା’ଛଡ଼ା ଘାତକ କୋରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କୁ ମଧ୍ୟ ସ୍ମରଣ କରାଯାଇଥିଲା। ଉଦଯାପନୀ ଉତ୍ସବରେ ଭାରତର ଧ୍ବଜାବାହକ ଦାୟିତ୍ବ ବ୍ରୋଞ୍ଜପଦକ ଜିତିଥିବା ପୁରୁଷ ରେସଲର୍ ବଜରଙ୍ଗ ପୁନିଆ ଶ୍ରେଷ୍ଠ ପ୍ରଦର୍ଶନକାରୀ ପ୍ରତିଯୋଗୀଙ୍କ ନେତୃତ୍ବ ନେଇଥିଲେ।