ପୋଖରୀରେ ବୁଡ଼ିଗଲେ ଦୁଇ ନାବାଳିକା ଛାତ୍ରୀ


ନୀଳଗିରି: ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳର କାହାଳିଆ ଗାଁରେ ପୋଖରୀରେ ବୁଡ଼ି ଦୁଇ ଜଣ ନାବାଳିକାଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ, ଜ୍ୟୋତିରେଖା ମହାରଣା ଏବଂ ବନଶ୍ରୀ ବେହେରା।

ଜ୍ୟୋତିରେଖା ଏବଂ ବନଶ୍ରୀ ଟ୍ୟୁସନ୍‌ରୁ ଫେରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବା ବେଳେ ବନଶ୍ରୀ ପାଣିରେ ବୁଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରି ଜ୍ୟୋତିରେଖା ମଧ୍ୟ ବୁଡ଼ି ଯାଇଥିଲେ। ଗ୍ରାମବାସୀ ଦୁଇ ଜଣଙ୍କୁ ଉଦ୍ଧାର କରି ନୀଳଗିରି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଜ୍ୟୋତିରେଖା ସପ୍ତମ ଶ୍ରେଣୀରେ ପଢୁଥିବା ବେଳେ ବନଶ୍ରୀ ଦଶମ ଶ୍ରେଣୀର ଛାତ୍ରୀ ଥିଲେ।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ


କରେନ୍ସି କନଭର୍ଟର

ସୂର୍ଯ୍ୟ ବିନା ଜୀବନ ସମ୍ଭବ
ଆମେ ଏ ପର୍ଯ୍ୟନ୍ତ ଜାଣିଥିଲେ - ସୂର୍ଯ୍ୟଙ୍କର ଆଲୋକ ଓ ଉତ୍ତାପର ଏକ ନିର୍ଦ୍ଦିଷ୍ଟ ସମନ୍ବୟରେ ଜୀବନୀ ଶକ୍ତି ସଞ୍ଚରିତ ହୁଏ। ପ୍ରକାରାନ୍ତରେ ସୂର୍ଯ୍ୟଙ୍କ ଅନୁପସ୍ଥିତିରେ ଜୀବନଧାରଣ ସମ୍ଭବ ନୁହେଁ। କିନ୍ତୁ ୨୦୧୩ ମସିହାରେ ବୈଞାନିକମାନେ ପ୍ରଶାନ୍ତ ମହାସାଗରର ଅତଳ ଗର୍ଭରେ ଆଲୋକ-ଉତ୍ତାପର ଅନୁପସ୍ଥିତିରେ ଜୀବନୀ-ଶକ୍ତିର ସନ୍ଧାନ ପାଇବା ପରେ ଉତ୍‌ଫୁଲ୍ଲିତ ହୋଇଉଠିଛନ୍ତି। ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ମାର୍କ ଲିଭର ଘୋଷଣା କରିଛନ୍ତି - ସାଧାରଣତଃ ଆଲୋକ ସଂଶ୍ଳେଷଣ ସାହାଯ୍ୟରେ ପୃଥିବୀ ପୃଷ୍ଠରେ ଖାଦ୍ୟ ସଂଗ୍ରହ ସମ୍ଭବ ହୋଇଥାଏ। ସେଥି ନିମନ୍ତେ ସୂର୍ଯ୍ୟର ଆଲୋକ ଅପରିହାର୍ଯ୍ୟ। କିନ୍ତୁ ଗଭୀର ମହାସାଗରରରେ କେମୋସିନ୍ଥେସିସ୍‌ ପ୍ରକ୍ରିୟାରେ ଜୀବନ ସମ୍ଭବ ହୋଇଛି। ତାଙ୍କର ଏହି ଗବେଷଣା ମହାକାଶରେ ଜୀବନ ସନ୍ଧାନରେ ବହୁ ଭାବରେ ସହାୟକ ହେବ।

ଜନମତ

ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନକୁ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରିବା ନିମନ୍ତେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦେଶ କ୍ରମେ ଆରମ୍ଭ ହୋଇଥିବା ଧାଡ଼ି ଦର୍ଶନ ବ୍ୟବସ୍ଥା ସହ ଆପଣ ଏକମତ ତ ?