କଟକ ପିଠାପୁରରେ ଗୁଳିକାଣ୍ଡ: ଜଣେ ମୃତ


କଟକ: ଶାରଦୀୟ ଦୂର୍ଗାପୂଜା ପୂର୍ବରୁ ଅଶାନ୍ତ ହୋଇପଡ଼ିଛି କଟକ ସହର। ଦିନକ ପୂର୍ବରୁ ସହରରେ ଏକ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଥିବା ବେଳେ ରବିବାର ପିଠାପୁର ଅଞ୍ଚଳରେ ଗୁଳିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏହି ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଚି। ମୃତକ ହେଲେ ଭଗତପୁରର ଦିଲ୍ଲୀପ ସାହୁ। ସେ କଟକ ମାଲଗୋଦାମରେ ବ୍ୟବସାୟ କରନ୍ତି। ଟଙ୍କା ଦିଆନିଆକୁ କେନ୍ଦ୍ରକରି ଏହି ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି।

ମିଳିଥିବା ସୂଚନାନୁଯାୟୀ, ଅଜିତ୍‌ ଜେନା ନାମକ ଜଣେ ବ୍ୟକ୍ତିଙ୍କୁ ଦିଲ୍ଲୀପ ଧାର ସୁତ୍ରରେ ଟଙ୍କା ଦେଇଥିଲେ। ରବିବାର ଅପରାହ୍ନ ପ୍ରାୟ ସାଢେ ୩ଟା ବେଳେ ଅଜିତ୍‌ ଟଙ୍କା ଫେରାଇବା ପାଇଁ ଫୋନ୍‌ କରି ଦିଲ୍ଲୀପଙ୍କୁ ତାଙ୍କ ଘରକୁ ଡାକିଥିଲେ। ଦିଲ୍ଲୀପ ସେଠାରେ ପହଞ୍ଚିବା ପରେ ପୂର୍ବରୁ ପ୍ରସ୍ତୁତ ଥିବା ଅଜିତ୍‌ ଅତି ନିକଟରୁ ତାଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଖବର ପାଇ ପୁରୀଘାଟ ଥାନା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଦିଲ୍ଲୀପଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଡିସିପି ଅଖିଳେଶ୍ବର ସିଂ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରିଛନ୍ତି। ଘଟଣାସ୍ଥଳରୁ ଏକ ଖୋକା ଜବତ କରାଯାଇଛି। ଗୁଳିମାଡ଼ କରିଥିବା ଅଜିତ୍‌କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରିଖିଛି ପୋଲିସ୍‌।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ


କରେନ୍ସି କନଭର୍ଟର

ନୋବେଲ ଡିନର୍
ନୋବେଲ ପୁରସ୍କାର ଭଳି ନୋବେଲ ଡିନରର ମର୍ଯ୍ୟାଦା ଅତି ଗୁରୁତ୍ୱପୂର୍ଣ୍ଣ। ନୋବେଲ ପୁରସ୍କାର ପ୍ରଦାନ ପରେ ପ୍ରତି ବର୍ଷ ଡିସେମ୍ବର ୧୦ ତାରିଖରେ ଷ୍ଟକହୋମ୍ ସିଟିର ବ୍ଳୁ ହଲ୍‌ରେ ଏହି ରାତ୍ରିଭୋଜନର ଆୟୋଜନ କରାଯାଏ। ଏଥିରେ ସ୍ବିଡେନର ରାଜ ପରିବାର, ପ୍ରଧାନମନ୍ତ୍ରୀ, ପଦସ୍ଥ ସରକାରୀ ବ୍ୟକ୍ତି, ନୋବେଲ ବିଜେତା ଏବଂ ଅତିଥି ଉପସ୍ଥିତ ରହନ୍ତି। ପ୍ରତ୍ୟେକ ନୋବେଲ ବିଜେତା ଏଠାକୁ ୧୬ ଜଣ ଅତିଥିଙ୍କୁ ସାଥିରେ ଆଣି ପାରିବେ। ଏହି ଭୋଜନର ସମୟ ସୀମା ୪ ଘଣ୍ଟା। ଏଥିରେ ନୋବେଲ ବିଜେତାମାନେ ସଂକ୍ଷିପ୍ତ ବକ୍ତବ୍ୟ ପ୍ରଦାନ କରନ୍ତି। ଚାରି ଦିନ ଆଗରୁ ୪୦ ଜଣ ରୋଷେୟା ୨୦୦ ବ୍ୟକ୍ତିଙ୍କ ସହାୟତାରେ ଭୋଜନ ପ୍ରସ୍ତୁତିରେ ଲାଗିଯାଆନ୍ତି। ୬୦ଟି ଟେବୁଲରେ ଥିବା ୭୦୦୦ ଥାଳି, ୫୦୦୦ ଗ୍ଳାସ୍ ଏବଂ ୧୦,୦୦୦ ରୁପା ବାସନରେ ଖାଦ୍ୟ ପରଷା ଯାଏ। ଏହି ଡିନରର ମୂଲ୍ୟ ୪ କୋଟି ଟଙ୍କା। ୧୯୭୯ ମସିହାର ନୋବେଲ ଶାନ୍ତି ବିଜେତା ମଦର ଟେରେସାଙ୍କ ଅନୁରୋଧ କ୍ରମେ ସେହି ବର୍ଷ ଏହି ଭୋଜନ ବାତିଲ୍‌ କରାଯାଇ ସେହି ଅର୍ଥ ତାଙ୍କୁ ପ୍ରଦାନ କରାଯାଇଥିଲା।

ଜନମତ

ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନକୁ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରିବା ନିମନ୍ତେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦେଶ କ୍ରମେ ଆରମ୍ଭ ହୋଇଥିବା ଧାଡ଼ି ଦର୍ଶନ ବ୍ୟବସ୍ଥା ସହ ଆପଣ ଏକମତ ତ ?