ଥାନା ନିକଟରୁ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର


ବାଲେଶ୍ୱର ଜିଲ୍ଲା ସୋର ଥାନା ସାମ୍ନା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରୁ ଗତକାଲି ବିଳମ୍ବିତ ରାତିରେ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି। ଥାନା ଠାରୁ ମାତ୍ର ୧୦୦ ମିଟର ଦୂରରେ ତାଙ୍କ ମୃତଦେହ ପଡ଼ିଥିଲା। ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ତାଙ୍କ ମୃତ୍ୟୁକୁ ନେଇ ନାନା କଥା ଆଲୋଚନା ହେଉଛି। ତାଙ୍କୁ କେହି ମାରି ରାଜପଥ ଉପରେ ଫିଙ୍ଗି ଦେଇଥିବା କୁହାଯାଉଛି। ସେହିପରି ରାସ୍ତା ପାର ହେଲା ବେଳେ କୌଣସି ଗାଡ଼ି ଚାପି ଦେଇ ପଳାଇଥିବା ମଧ୍ୟ କୁହାଯାଉଛି। ତେବେ ମୃତ୍ୟୁ କାରଣ ସ୍ପଷ୍ଟ ହୋଇପାରନି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ କାରଣ ସ୍ପଷ୍ଟ ହେବ ବୋଲି ସୋର ପୁଲିସ୍ କହିବା ସହ ଘଟଣାର ତଦନ୍ତ ଜାରି ରଖିଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନ

ନୋବେଲ ଡିନର୍
ନୋବେଲ ପୁରସ୍କାର ଭଳି ନୋବେଲ ଡିନରର ମର୍ଯ୍ୟାଦା ଅତି ଗୁରୁତ୍ୱପୂର୍ଣ୍ଣ। ନୋବେଲ ପୁରସ୍କାର ପ୍ରଦାନ ପରେ ପ୍ରତି ବର୍ଷ ଡିସେମ୍ବର ୧୦ ତାରିଖରେ ଷ୍ଟକହୋମ୍ ସିଟିର ବ୍ଳୁ ହଲ୍‌ରେ ଏହି ରାତ୍ରିଭୋଜନର ଆୟୋଜନ କରାଯାଏ। ଏଥିରେ ସ୍ବିଡେନର ରାଜ ପରିବାର, ପ୍ରଧାନମନ୍ତ୍ରୀ, ପଦସ୍ଥ ସରକାରୀ ବ୍ୟକ୍ତି, ନୋବେଲ ବିଜେତା ଏବଂ ଅତିଥି ଉପସ୍ଥିତ ରହନ୍ତି। ପ୍ରତ୍ୟେକ ନୋବେଲ ବିଜେତା ଏଠାକୁ ୧୬ ଜଣ ଅତିଥିଙ୍କୁ ସାଥିରେ ଆଣି ପାରିବେ। ଏହି ଭୋଜନର ସମୟ ସୀମା ୪ ଘଣ୍ଟା। ଏଥିରେ ନୋବେଲ ବିଜେତାମାନେ ସଂକ୍ଷିପ୍ତ ବକ୍ତବ୍ୟ ପ୍ରଦାନ କରନ୍ତି। ଚାରି ଦିନ ଆଗରୁ ୪୦ ଜଣ ରୋଷେୟା ୨୦୦ ବ୍ୟକ୍ତିଙ୍କ ସହାୟତାରେ ଭୋଜନ ପ୍ରସ୍ତୁତିରେ ଲାଗିଯାଆନ୍ତି। ୬୦ଟି ଟେବୁଲରେ ଥିବା ୭୦୦୦ ଥାଳି, ୫୦୦୦ ଗ୍ଳାସ୍ ଏବଂ ୧୦,୦୦୦ ରୁପା ବାସନରେ ଖାଦ୍ୟ ପରଷା ଯାଏ। ଏହି ଡିନରର ମୂଲ୍ୟ ୪ କୋଟି ଟଙ୍କା। ୧୯୭୯ ମସିହାର ନୋବେଲ ଶାନ୍ତି ବିଜେତା ମଦର ଟେରେସାଙ୍କ ଅନୁରୋଧ କ୍ରମେ ସେହି ବର୍ଷ ଏହି ଭୋଜନ ବାତିଲ୍‌ କରାଯାଇ ସେହି ଅର୍ଥ ତାଙ୍କୁ ପ୍ରଦାନ କରାଯାଇଥିଲା।