ଯାଜପୁରରେ ନିର୍ବାଚନୀ ହିଂସା


ଯାଜପୁର: ବିଞ୍ଝାରପୁର ନିର୍ବାଚନମଣ୍ଡଳୀର ୧୩୫ ନମ୍ବର ବୁଥ୍‌ କଲ୍ୟାଣପୁରଠାରେ ରବିବାର ସାନି ମତଦାନ ହେବା ପୂର୍ବରୁ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଏହି ରାଜନୈତିକ ହିଂସାରେ ରଞ୍ଜିତ ଦାସ ଗୁରୁତର ହୋଇଥିବା ସୂଚନା ମିଳିଛି। କେତେକ ଦୁର୍ବୃତ୍ତ ତାଙ୍କ ମୁଣ୍ଡରେ ଭୁଜାଲିରେ ଆକ୍ରମଣ କରି ଫେରାର୍‌ ହୋଇଯାଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବିଞ୍ଝାରପୁର ପୋଲିସ୍‌ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ତନାଘନା ଚଳାଇଛି। ତେବେ ସାନି ମତଦାନ ପୂର୍ବରୁ ଏହି ହିଂସାକାଣ୍ଡ ଭୋଟର୍‌ମାନଙ୍କ ମଧ୍ୟରେ ନକରାତ୍ମକ ଭାବନା ସୃଷ୍ଟି କରିଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

ଅଧାପୋଡ଼ା ସିଗାରେଟ୍ ଟାଣୁଥିବା
ହାଇଦ୍ରାବାଦର ଶେଷ ନିଜାମ୍ ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ବିଶ୍ୱର ସବୁ ସମୟର ସବୁଠାରୁ ଧନୀ। କିନ୍ତୁ ଧନାଢ଼୍ୟ ଶାସକ ଭାବରେ ଯେତିକି ସେ ଜଣାଶୁଣା ଥିଲେ, ସେତିକି ମଧ୍ୟ ଥିଲେ କୃପଣ। ସବୁ ଜମିଦାର ଏବଂ ଦରବାରୀ ସୁନାର ଅସରପି (ମୋହର) ନେଇ ନିଜାମଙ୍କ ଦରବାରକୁ ଆସୁଥିଲେ। ନିଜାମ ତାହା ଛୁଉଁଥିଲେ ଏବଂ ଫେରାଇ ଦେଉଥିଲେ, ଯାହା ଯେଉଁମାନଙ୍କର ପ୍ରାପ୍ୟ ଥିଲା। କିନ୍ତୁ ହାଇଦ୍ରାବାଦର ସପ୍ତମ ଏବଂ ଶେଷ ନିଜାମ୍ ଉଲ୍-ମୁଲ୍କ ଆସଫ୍ ଜାହା-୭ମ ବା ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ସିଦ୍ଦିକି ବାହାଦୂର ତାଙ୍କ ପୂର୍ବପୁରୁଷ ଅନ୍ୟ ଛଅଜଣ ନିଜାମଙ୍କ ଭଳି ତାହା ନ କରି ତାଙ୍କ ପାଖକୁ ଆସୁଥିବା ଅସରପିକୁ ସିଂହାସନ ତଳେ ଥିବା ଏକ କାଗଜ ଥଳୀରେ ରଖିଦେଉଥିଲେ। ଦରବାର ଶେଷ ହେବାପରେ ଏଇ ଅସରପି ଥଳିକୁ ନିଜାମଙ୍କ ଶୟନକକ୍ଷକୁ ନିଆଯାଉଥିଲା। ଧୀରେ ଧୀରେ ନିଜାମଙ୍କ ପାଖରେ ସୁନା ଅସରପିର ଏକ ପାହାଡ଼ ହୋଇଗଲା।