ଆମ୍ବଗୋଟା କାଳ: ଦଳିଦେଲା ହାତୀ


ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଗୁଣଦେଇ ଗାଁରେ ଦେଖାଦେଇଛି ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ମଙ୍ଗରାଜ ପାତ୍ର (୬୫)। ମଙ୍ଗରାଜଙ୍କ ମୃତ୍ୟୁ ପରେ ଉତ୍ତ୍ୟକ୍ତ ଗ୍ରାମବାସୀମାନେ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ହାତୀକୁ ଘଉଡ଼ାଇବାକୁ ଏବଂ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି ଗ୍ରାମବାସୀ। ଫଳରେ ଢେଙ୍କାନାଳ ଓ ଅନୁଗୁଳ ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ସୂଚନାଯୋଗ୍ୟ, ସୋମବାର ସକାଳେ ମଙ୍ଗରାଜ ଆମ୍ୱ ଗୋଟାଇବାକୁ ଗାଁ ନିକଟସ୍ଥ ଆମ୍ୱ ତୋଟାକୁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀ ଆକ୍ରମଣରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଗାଁ ଲୋକେ ୫୫ ନମ୍ୱର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

ଅଧାପୋଡ଼ା ସିଗାରେଟ୍ ଟାଣୁଥିବା
ହାଇଦ୍ରାବାଦର ଶେଷ ନିଜାମ୍ ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ବିଶ୍ୱର ସବୁ ସମୟର ସବୁଠାରୁ ଧନୀ। କିନ୍ତୁ ଧନାଢ଼୍ୟ ଶାସକ ଭାବରେ ଯେତିକି ସେ ଜଣାଶୁଣା ଥିଲେ, ସେତିକି ମଧ୍ୟ ଥିଲେ କୃପଣ। ସବୁ ଜମିଦାର ଏବଂ ଦରବାରୀ ସୁନାର ଅସରପି (ମୋହର) ନେଇ ନିଜାମଙ୍କ ଦରବାରକୁ ଆସୁଥିଲେ। ନିଜାମ ତାହା ଛୁଉଁଥିଲେ ଏବଂ ଫେରାଇ ଦେଉଥିଲେ, ଯାହା ଯେଉଁମାନଙ୍କର ପ୍ରାପ୍ୟ ଥିଲା। କିନ୍ତୁ ହାଇଦ୍ରାବାଦର ସପ୍ତମ ଏବଂ ଶେଷ ନିଜାମ୍ ଉଲ୍-ମୁଲ୍କ ଆସଫ୍ ଜାହା-୭ମ ବା ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ସିଦ୍ଦିକି ବାହାଦୂର ତାଙ୍କ ପୂର୍ବପୁରୁଷ ଅନ୍ୟ ଛଅଜଣ ନିଜାମଙ୍କ ଭଳି ତାହା ନ କରି ତାଙ୍କ ପାଖକୁ ଆସୁଥିବା ଅସରପିକୁ ସିଂହାସନ ତଳେ ଥିବା ଏକ କାଗଜ ଥଳୀରେ ରଖିଦେଉଥିଲେ। ଦରବାର ଶେଷ ହେବାପରେ ଏଇ ଅସରପି ଥଳିକୁ ନିଜାମଙ୍କ ଶୟନକକ୍ଷକୁ ନିଆଯାଉଥିଲା। ଧୀରେ ଧୀରେ ନିଜାମଙ୍କ ପାଖରେ ସୁନା ଅସରପିର ଏକ ପାହାଡ଼ ହୋଇଗଲା।