ଫୁଟୁଛି ସାରା ଓଡ଼ିଶା: ୮ ଜିଲ୍ଲାରେ ହିଟ୍‌ଓ୍ବେଭ୍‌ ଜାରି


ଭୁବନେଶ୍ବର: ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ସତେ ଯେମିତି ଆକାଶରୁ ନିଆଁ ବର୍ଷୁଛି। ତାତି ସାଙ୍ଗକୁ ଝାଞ୍ଜିମାଡ଼ କଲବଲ କରିପକାଉଛି। ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବି ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ଗତକିଛି ଦିନ ହେଲା ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଛି। ପାଣିପାଗ ବିଭାଗ କହୁଛି, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ପାଇବା ମୁସ୍କିଲ୍। ଏପଟେ ୮ଟି ଜିଲ୍ଲା ପାଇଁ  ହିଟ୍‌ୱେଭ୍‌ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ବଲାଙ୍ଗିର, ସୁବର୍ଣ୍ଣପୁର, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ପାଇଁ ଜାରି ହୋଇଛି ୟେଲୋ ୱାଣ୍ଣିଂ। ତେବେ ୩ ଦିନ ପରେ ପାଣିପାଗରେ ସାମାନ୍ୟ ସୁଧାର ଆସିବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ତେବେ ୨୪ ତାରିଖ ଯାଏଁ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

ହାକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ କୁହାଯାଇଛି। ବିଶେଷକରି ଖରାରେ ନ ବାହାରିବା, କାମ କରିବା ସ୍ଥାନରେ ପର୍ଯ୍ୟାପ୍ତ ପରିମାଣରେ ପାଣି ରଖିବାକୁ ପରାମର୍ଶ ଦିଆଯାଇଛି। ସେହିଭଳି ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୩ଟା ମଧ୍ୟରେ ବାହାରକୁ ନ ବାହାରିବାକୁ କୁହାଯାଇଛି। ଜରୁରୀ କାମ ଥିଲେ ମୁଣ୍ଡରେ ଓଦା କପଡ଼ା ପକାଇବାକୁ ପରାମର୍ଶ ଦେଇଛି ବିଭାଗ। ରୋଷେଇ କରିବା ସମୟରେ ଝରକା, କବାଟ ଖୋଲା ରଖିବାକୁ ବି ଓସ୍‌ଡମା ପରାମର୍ଶ ଦେଇଛି। ସେପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ କାଳବୈଶାଖୀ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି। ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ଯାଜପୁର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼ ଓ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବା ସମ୍ଭାବନା ରହିଛି। ତେବେ ୨୧ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ କାଳବୈଶାଖୀ ହୋଇପାରେ। ଏହି ସମୟରେ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତର ସମ୍ଭାବନା ରହିଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

ଅଧାପୋଡ଼ା ସିଗାରେଟ୍ ଟାଣୁଥିବା
ହାଇଦ୍ରାବାଦର ଶେଷ ନିଜାମ୍ ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ବିଶ୍ୱର ସବୁ ସମୟର ସବୁଠାରୁ ଧନୀ। କିନ୍ତୁ ଧନାଢ଼୍ୟ ଶାସକ ଭାବରେ ଯେତିକି ସେ ଜଣାଶୁଣା ଥିଲେ, ସେତିକି ମଧ୍ୟ ଥିଲେ କୃପଣ। ସବୁ ଜମିଦାର ଏବଂ ଦରବାରୀ ସୁନାର ଅସରପି (ମୋହର) ନେଇ ନିଜାମଙ୍କ ଦରବାରକୁ ଆସୁଥିଲେ। ନିଜାମ ତାହା ଛୁଉଁଥିଲେ ଏବଂ ଫେରାଇ ଦେଉଥିଲେ, ଯାହା ଯେଉଁମାନଙ୍କର ପ୍ରାପ୍ୟ ଥିଲା। କିନ୍ତୁ ହାଇଦ୍ରାବାଦର ସପ୍ତମ ଏବଂ ଶେଷ ନିଜାମ୍ ଉଲ୍-ମୁଲ୍କ ଆସଫ୍ ଜାହା-୭ମ ବା ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ସିଦ୍ଦିକି ବାହାଦୂର ତାଙ୍କ ପୂର୍ବପୁରୁଷ ଅନ୍ୟ ଛଅଜଣ ନିଜାମଙ୍କ ଭଳି ତାହା ନ କରି ତାଙ୍କ ପାଖକୁ ଆସୁଥିବା ଅସରପିକୁ ସିଂହାସନ ତଳେ ଥିବା ଏକ କାଗଜ ଥଳୀରେ ରଖିଦେଉଥିଲେ। ଦରବାର ଶେଷ ହେବାପରେ ଏଇ ଅସରପି ଥଳିକୁ ନିଜାମଙ୍କ ଶୟନକକ୍ଷକୁ ନିଆଯାଉଥିଲା। ଧୀରେ ଧୀରେ ନିଜାମଙ୍କ ପାଖରେ ସୁନା ଅସରପିର ଏକ ପାହାଡ଼ ହୋଇଗଲା।