ମାଡିଆସୁଛି ‘ବାୟୁ’: ୨୪ ଘଣ୍ଟାରେ ଛୁଇଁବ ସ୍ଥଳଭାଗ


ନୂଆଦିଲ୍ଲୀ: ମାଡିଆସୁଛି ଆଉ ଏକ ଭୟଙ୍କର ବାତ୍ୟା ‘ବାୟୁ’। ଡିପ୍ ଡ୍ରିପେସନର ରୂପ ନେଇଛି ବାତ୍ୟା ‘ବାୟୁ’। ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସିଭିୟର ସାଇକ୍ଲୋନିକ୍ ଷ୍ଟ୍ରମର ରୂପ ନେବ ବାତ୍ୟା ‘ବାୟୁ’। ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ସିଭିଅର ସାଇକ୍ଲୋନର ରୂପ ନେବ। ତେବେ ଏହା ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି କୁହାଯାଉଛି। ଆରବ ସାଗରରେ ସୃଷ୍ଟି ହୋଇଥିବା ଏହି ବାତ୍ୟା ‘ବାୟୁ’ ଗୁଜୁରାଟ ଠାରେ ସ୍ଥଳଭାଗ ଛୁଇଁପାରେ ବୋଲି ଅନୁମାନ କରାଯାଉଛି।

ବାତ୍ୟା ‘ବାୟୁ’ର ପ୍ରଭାବରେ କେରଳ ଓ କର୍ଣ୍ଣାଟକରେ ପ୍ରବଳ ପବନ ସହ ବର୍ଷା ହେବାର ଅନୁମାନ କରାଯାଉଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବାତ୍ୟାର ପ୍ରଭାବ ରହିବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ କିମିରୁ ୫୦ କିମି ମଧ୍ୟରେ ରହିପାରେ। ସେହିପରି ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବିମାନଙ୍କୁ ସମୁଦ୍ର ବକ୍ଷକୁ ଯିବା ପାଇଁ ବାରଣ ନିର୍ଦେଶ କରାଯାଇଥିବା ଜଣାପଡ଼ିଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

ଅଧାପୋଡ଼ା ସିଗାରେଟ୍ ଟାଣୁଥିବା
ହାଇଦ୍ରାବାଦର ଶେଷ ନିଜାମ୍ ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ବିଶ୍ୱର ସବୁ ସମୟର ସବୁଠାରୁ ଧନୀ। କିନ୍ତୁ ଧନାଢ଼୍ୟ ଶାସକ ଭାବରେ ଯେତିକି ସେ ଜଣାଶୁଣା ଥିଲେ, ସେତିକି ମଧ୍ୟ ଥିଲେ କୃପଣ। ସବୁ ଜମିଦାର ଏବଂ ଦରବାରୀ ସୁନାର ଅସରପି (ମୋହର) ନେଇ ନିଜାମଙ୍କ ଦରବାରକୁ ଆସୁଥିଲେ। ନିଜାମ ତାହା ଛୁଉଁଥିଲେ ଏବଂ ଫେରାଇ ଦେଉଥିଲେ, ଯାହା ଯେଉଁମାନଙ୍କର ପ୍ରାପ୍ୟ ଥିଲା। କିନ୍ତୁ ହାଇଦ୍ରାବାଦର ସପ୍ତମ ଏବଂ ଶେଷ ନିଜାମ୍ ଉଲ୍-ମୁଲ୍କ ଆସଫ୍ ଜାହା-୭ମ ବା ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ସିଦ୍ଦିକି ବାହାଦୂର ତାଙ୍କ ପୂର୍ବପୁରୁଷ ଅନ୍ୟ ଛଅଜଣ ନିଜାମଙ୍କ ଭଳି ତାହା ନ କରି ତାଙ୍କ ପାଖକୁ ଆସୁଥିବା ଅସରପିକୁ ସିଂହାସନ ତଳେ ଥିବା ଏକ କାଗଜ ଥଳୀରେ ରଖିଦେଉଥିଲେ। ଦରବାର ଶେଷ ହେବାପରେ ଏଇ ଅସରପି ଥଳିକୁ ନିଜାମଙ୍କ ଶୟନକକ୍ଷକୁ ନିଆଯାଉଥିଲା। ଧୀରେ ଧୀରେ ନିଜାମଙ୍କ ପାଖରେ ସୁନା ଅସରପିର ଏକ ପାହାଡ଼ ହୋଇଗଲା।