ଆଜି ଦିଲ୍ଲୀରେ ମୋଦି-ନବୀନ ସାକ୍ଷାତାଲୋଚନା


ଭୁବନେଶ୍ୱର: ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଭୟଙ୍କ ସାକ୍ଷାତରେ ରାଜ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା ହେବ। ବାତ୍ୟା ଫୋନି କ୍ଷୟକ୍ଷତି ସଂପର୍କରେ ଆଲୋଚନା ସହିତ କେନ୍ଦ୍ରର ସହାୟତା ପ୍ରସଙ୍ଗରେ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ସହ ସାକ୍ଷାତ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମଧ୍ୟ ଭେଟିବେ ମୁଖ୍ୟମନ୍ତ୍ରୀ। ଏହାସହ ୧୫ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗଦେବେ। ମୋଦି ସରକାର ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ ନୀତି ଆୟୋଗ ବୈଠକ ହେଉଛି। ଏହି ବୈଠକରେ ସାମିଲ ହୋଇ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉଠାଇ ପାରନ୍ତି ନବୀନ।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ

ଅଧାପୋଡ଼ା ସିଗାରେଟ୍ ଟାଣୁଥିବା
ହାଇଦ୍ରାବାଦର ଶେଷ ନିଜାମ୍ ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ବିଶ୍ୱର ସବୁ ସମୟର ସବୁଠାରୁ ଧନୀ। କିନ୍ତୁ ଧନାଢ଼୍ୟ ଶାସକ ଭାବରେ ଯେତିକି ସେ ଜଣାଶୁଣା ଥିଲେ, ସେତିକି ମଧ୍ୟ ଥିଲେ କୃପଣ। ସବୁ ଜମିଦାର ଏବଂ ଦରବାରୀ ସୁନାର ଅସରପି (ମୋହର) ନେଇ ନିଜାମଙ୍କ ଦରବାରକୁ ଆସୁଥିଲେ। ନିଜାମ ତାହା ଛୁଉଁଥିଲେ ଏବଂ ଫେରାଇ ଦେଉଥିଲେ, ଯାହା ଯେଉଁମାନଙ୍କର ପ୍ରାପ୍ୟ ଥିଲା। କିନ୍ତୁ ହାଇଦ୍ରାବାଦର ସପ୍ତମ ଏବଂ ଶେଷ ନିଜାମ୍ ଉଲ୍-ମୁଲ୍କ ଆସଫ୍ ଜାହା-୭ମ ବା ସାର୍ ମୀର୍ ଓସମାନ ଅଲ୍ଲୀ ଖାନ୍ ସିଦ୍ଦିକି ବାହାଦୂର ତାଙ୍କ ପୂର୍ବପୁରୁଷ ଅନ୍ୟ ଛଅଜଣ ନିଜାମଙ୍କ ଭଳି ତାହା ନ କରି ତାଙ୍କ ପାଖକୁ ଆସୁଥିବା ଅସରପିକୁ ସିଂହାସନ ତଳେ ଥିବା ଏକ କାଗଜ ଥଳୀରେ ରଖିଦେଉଥିଲେ। ଦରବାର ଶେଷ ହେବାପରେ ଏଇ ଅସରପି ଥଳିକୁ ନିଜାମଙ୍କ ଶୟନକକ୍ଷକୁ ନିଆଯାଉଥିଲା। ଧୀରେ ଧୀରେ ନିଜାମଙ୍କ ପାଖରେ ସୁନା ଅସରପିର ଏକ ପାହାଡ଼ ହୋଇଗଲା।