ଧାରୁଆ ଅସ୍ତ୍ରରେ ଦମ୍ପତିଙ୍କୁ ହତ୍ୟା


କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋଧିରାମପଡ଼ାରେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକମାନେ ହେଲେ ରାମାଇ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡା। ଗତକାଲି ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ କେହି ଧାରୁଆ ଅସ୍ତ୍ରରେ ସେମାନଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଆଜି ସକାଳେ ସେମାନଙ୍କ କ୍ଷତବିକ୍ଷତ ମୃତଦେହ ଘର ବାରଣ୍ଡାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତେବେ କିଏ କାହିଁକି ଏହି ଦମ୍ପତିଙ୍କୁ ହତ୍ୟା କଲା, ତାର କାରଣ ଏଯାଏ ଅସ୍ପଷ୍ଟ ରହିଛି। ଖବର ପାଇ  ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ