ଝାରସୁଗୁଡ଼ାରୁ ମୁମ୍ବାଇ ସିଧାସଳଖ ବିମାନ ଉଡ଼ାଣ ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର


ଝାରସୁଗୁଡ଼ା ଓ ମୁମ୍ବାଇ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଝାରସୁଗୁଡ଼ା ଓ ମୁମ୍ବାଇ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ କରିବା ପାଇଁ ପଶ୍ଚିମ ଓଡ଼ିଶାବାସୀଙ୍କ ଦାବି ରହିଥିବା ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି। ପୂର୍ବରୁ ସ୍ପାଇସ୍‌ଜେଟ୍‌ର ଝାରସୁଗୁଡ଼ା-ଦିଲ୍ଲୀ ବିମାନସେବା ସଫଳ ହୋଇଛି। ଏହାଦ୍ୱାରା ପଶ୍ଚିମ ଓଡ଼ିଶାର ଅଧିଂକାଶ ଲୋକମାନେ ସେବାର ଲାଭ ପାଇଥିଲେ ଏବଂ ବାଣିଜ୍ୟିକ ଦୃଷ୍ଟିରୁ ମଧ୍ୟ ସଫଳ ହୋଇଥିଲା। ଏହାପରେ ଯଦି ଝାରସୁଗୁଡ଼ାରୁ ମୁମ୍ବାଇ ମଧ୍ୟରେ ସିଧାସଳଖ ବିମାନ ଉଡ଼େ ତେବେ ପଶ୍ଚିମ ଓଡ଼ିଶାବାସୀ ଉପକୃତ ହେବେ ବୋଲି ଧର୍ମେନ୍ଦ୍ର କହିଛନ୍ତି।

ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ସରକାରଙ୍କର ‘ଉଡାନ୍‌’ ଯୋଜନା ସାଧାରଣ ଲୋକଙ୍କ ସ୍ୱପ୍ନ ଓ ଆକାଂକ୍ଷାକୁ ପୂରଣ କରିଛି। ପଶ୍ଚିମ ଓଡ଼ିଶାର ବୀର ସୁରେନ୍ଦ୍ର ସାଏ ନାମରେ ନାମିତ ଝାରସୁଗୁଡ଼ା ବିମାନବନ୍ଦର ପ୍ରତିଷ୍ଠା କାରଣରୁ ଏହି ଯୋଜନାରେ ଓଡ଼ିଶା ମଧ୍ୟ ଲାଭାନ୍ୱିତ ହୋଇଛି। ପଶ୍ଚିମ ଓଡ଼ିଶାର ଲୋକଙ୍କ ଇଚ୍ଛାକୁ ଦୃଷ୍ଟିରେ ରଖି ଏହି ପୃଷ୍ଠଭୂମିରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସ୍ୱତନ୍ତ୍ର ଭାବରେ ହସ୍ତକ୍ଷେପ କରି ଝାରସୁଗୁଡ଼ା ଓ ମୁମ୍ବାଇ ମଧ୍ୟରେ ସିଧା ବିମାନ ସଂଯୋଗ ସ୍ଥାପନ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ପୂର୍ବରୁ ସ୍ପାଇସଜେଟ୍ ତରଫରୁ ଝାରସୁଗୁଡ଼ାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ସିଧାସଳଖ ବିମାନ ସେବା ଆରମ୍ଭ କରିଥିଲା। ଏହାଦ୍ୱାରା ପଶ୍ଚିମ ଓଡ଼ିଶାର ଅଧିଂକାଶ ଲୋକମାନେ ସେବାର ଲାଭ ପାଇଥିଲେ ଏବଂ ବାଣିଜ୍ୟିକ ଦୃଷ୍ଟିରୁ ମଧ୍ୟ ସଫଳ ମଧ୍ୟ ହୋଇଥିଲା। ଏହାବ୍ୟତୀତ ସ୍ପାଇସଜେଟ୍ ଝାରସୁଗୁଡାରୁ ହାଇଦ୍ରାବାଦ ଏବଂ କୋଲକାତାକୁ ମଧ୍ୟ ବିମାନ ସେବା ଆରମ୍ଭ କରିଛି।

ତେବେ ଦେଶର ବାଣିଜ୍ୟିକ ରାଜଧାନୀ ମୁମ୍ବାଇ ଏବଂ ପଶ୍ଚିମ ଓଡ଼ିଶା ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗର ଅଭାବ ରହିଛି। ତାଙ୍କର ସୂଚନାନୁସାରେ ଝାରସୁଗୁଡ଼ା ଓ ମୁମ୍ବାଇ ମଧ୍ୟରେ ସିଧା ସଳଖ ବିମାନ ଚଳାଚଳ କରିବା ପାଇଁ ପଶ୍ଚିମ ଓଡ଼ିଶାର ଯାତ୍ରୀମାନଙ୍କର ଦାବି ରହିଛି। ପଶ୍ଚିମ ଓଡ଼ିଶା ଲୋକଙ୍କର ସୁବିଧାକୁ ଧ୍ୟାନରେ ରଖି ଖୁବ୍‌ଶୀଘ୍ର ଝାରସୁଗୁଡ଼ା ଓ ମୁମ୍ବାଇ ମଧରେ ବିମାନ ସେବା ଆରମ୍ଭ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଧର୍ମେନ୍ଦ୍ର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ଏହାବ୍ୟତୀତ ମୁମ୍ବାଇ ଓ ଝାରସୁଗୁଡ଼ା ମଧ୍ୟରେ ଉଡ଼ାଣ ଓ ଅବତରଣ ପାଇଁ ସମୟ ଦେବା ନିମନ୍ତେ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ