ବିଦେଶୀ ବାଲୁକାଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ବର: ଡିସେମ୍ବର ୧ ତାରିଖରୁ ଆରମ୍ଭ ହୋଇଛି କୋଣାର୍କ ଉତ୍ସବ। ଏହି ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜିତ ହୋଇଛି ବାଲୁକାକଳା ଉତ୍ସବ। ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଆସିଥିବା ବେଦେଶୀ ବାଲୁକାଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଲୋକସେବା ଭବନରେ ଆମେରିକା, କାନାଡ଼ା, ରୁଷିୟା, ଆୟର୍ଲାଣ୍ଡ, ଡେନମାର୍କ ଓ ଟୋଗୋର ୬ ଜଣ ଶିଳ୍ପୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।

ପର୍ଯ୍ୟଟନ ନିର୍ଦେଶକ କୋଣାର୍କ ବାଲୁକା କଳା ଉତ୍ସବ ଉପରେ ଏକ ଭିଡ଼ିଓ ଉପସ୍ଥାପନ କରିଥିଲେ। ଚଳିତ ବର୍ଷ ଏହି ଉତ୍ସବରେ ୧୨୧ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଡିସେମ୍ବର ୧ରୁ ଏହା ଆରମ୍ଭ ହୋଇଥିବା ବେଳେ ଗୁରୁବାର ଶେଷ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅତିଥି ଶିଳ୍ପୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଓଡ଼ିଶାର କଳା ପରମ୍ପରା ବିଷୟରେ ସେମାନଙ୍କୁ ଅବଗତ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରମର୍ଶଦାତା ଆର୍‌ ବାଲକ୍ରିଷ୍ଣନ ଏବଂ ପର୍ଯ୍ୟଟନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଅନ୍ୟପଟେ ଦେଶ ତଥା ରାଜ୍ୟରେ ଏବେ ନାରୀ ନିର୍ଯାତନା, ବଳାତ୍କାର, ହତ୍ୟା ଭଳି ଘଟଣା ଦିନକୁ ଦିନ ବଢ଼ିଚାଲିଥିବା ବେଳେ ମହିଳାମାନଙ୍କୁ ସମ୍ମାନ ଦେବାକୁ ବାର୍ତ୍ତା ଦେଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ଭାରତ ମାନଚିତ୍ରରେ ମହିଳାଙ୍କୁ ସ୍ଥାନ ଦେଇ କରିଥିବା ବାଲୁକାକଳାରେ ସେ ‘ରେସ୍‌ପେକ୍ଟ ଓମ୍ୟାନ୍‌’ ବୋଲି ଲେଖିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ