ଆଜି ଓଡ଼ିଶା ଆସୁଛନ୍ତି ମୋଦି, ଆକାଶମାର୍ଗରୁ କରିବେ ବାତ୍ୟାଞ୍ଚଳ ପରିଦର୍ଶନ


ଭୁବନେଶ୍ୱର: ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗର ବାତ୍ୟାଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ରାଜ୍ୟ ସରକାରଙ୍କ ସହ ମଧ୍ୟ ରିଲିଫ ଓ ବିପନ୍ନଙ୍କ ଥଇଥାନ ନେଇ ସମୀକ୍ଷା ବୈଠକ କରିବେ। ଏହି ଗସ୍ତ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରାଯାଇଛି।

ଭୁବନେଶ୍ୱର ଡିସିପି ଏନେଇ ଏୟାରପୋର୍ଟରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହାପୂର୍ବରୁ ଡିଜି ଇଣ୍ଟେଲିଜେନ୍ସ ସତ୍ୟଜିତ ମହାନ୍ତି, ଏଡିଜି-ହେଡକ୍ୱାର୍ଟର ସୌମେଦ୍ର ପ୍ରିୟଦର୍ଶୀ, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏବଂ ଡିସିପି ପ୍ରମୁଖ ଆଜି ଭୁବନେଶ୍ୱର ବିମାନବନ୍ଦର ଯାଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି।

ତେବେ ଅମ୍ପନ ବାତ୍ୟାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଶ୍ୱସନା ଦେଇଛନ୍ତି। ବୁଧବାର ବାତ୍ୟା ଅମ୍ପନ ଓଡ଼ିଶାର ୪ଟି ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବ୍ୟାପକ କ୍ଷତି କରିଥିଲା। ବାତ୍ୟାର ସଫଳ ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟବାସୀ ଯେପରି ଭାବେ ସାହସର ସହ ବାତ୍ୟାର ମୁକାବିଲା କଲେ, ସେଥିଲାଗି ଓଡ଼ିଶାବାସୀଙ୍କୁ ମୋଦି ସାଧୁବାଦ ଜଣାଇଛନ୍ତି। ଏହାସହ ଏଭଳି ପ୍ରାକୃତିକ ବିପତ୍ତି ବେଳେ ସେ ରାଜ୍ୟବାସୀଙ୍କ ଭାବାବେଗକୁ ସେ ସମର୍ଥନ କରିଛନ୍ତି। ପରିସ୍ଥିତିକୁ ସ୍ୱାଭାବିକ କରିବା ଲାଗି ସରକାରୀ ଅଧିକାରୀ ଓ କର୍ମଚାରୀ ଗ୍ରାଉଣ୍ଡରେ ଅନବରତ କାମ କରିବା ସହ ପ୍ରଭାବିତଙ୍କୁ ସହାୟତା ଯୋଗାଇ ଦେଉଛନ୍ତି। ତେବେ ଯଥାଶୀଘ୍ର ସବୁକିଛି ସ୍ୱାଭାବିକ ହୋଇଯାଉ ବୋଲି ମୋଦି ପ୍ରାର୍ଥନା କରିଛନ୍ତି।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ