ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଝିଅଙ୍କ ନାଁରେ ମାମଲା ରୁଜୁ


ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନର ଏତଲା ଆଧାରରେ ମାମଲା ରୁଜୁ କରିଛି ପୋଲିସ। ଏହି ସୂଚନା ଦେଇଛନ୍ତି ଝାରସୁଗୁଡ଼ା ଏସ୍‌ପି। ପୌରପରିଷଦ ଅଧିକାରୀଙ୍କ ଏତଲା ଆଧାରରେ ମାମଲା ରୁଜୁ ହୋଇଛି।

ଗତ ୨୨ ତାରିଖରେ କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ କରି ଡିଆରଡିଏ କନ୍ଫରେନ୍ସ ହଲରେ ନରସିଂହ-ବିଷ୍ଣୁପ୍ରିୟା ସେବା ଟ୍ରଷ୍ଟର ସଭା କରିଥିଲେ। କୋରୋନା ଯୋଦ୍ଧାଙ୍କୁ ସମ୍ମାନିତ କରିବାକୁ ନବ ଦାସଙ୍କ ଝିଅ ଦୀପାଳି ଏହି କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ଯେଉଁଥିରେ ଶତାଧିକ ଲୋକଙ୍କ ସମାଗମ ହୋଇଥିଲା। ପୂର୍ବରୁ ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସ ମଧ୍ୟ ଦୀପାଳି ଦାସଙ୍କ ନାଁରେ ଏତଲା ଦେଇଥିଲା।

ଝାରସୁଗୁଡ଼ା ରାଜନୀତି‌ରେ ଏବେ ସବୁଠାରୁ ଚର୍ଚ୍ଚାରେ ଅଛନ୍ତି ନବ ଦାସଙ୍କ ଝିଅ ଦୀପାଳି ଦାସ। ତେବେ ପୂର୍ବରୁ ତଥା ଗତ ଡିସେମ୍ବର ମାସରେ ହୀରାକୁଦର ନିଷିଦ୍ଧାଞ୍ଚଳରେ ୩ ଜଣ ଓଲିଉଡ୍ ଅଭିନେତ୍ରୀଙ୍କ ସମେତ ଦୀପାଳି ବୁଲୁଥିବା ଭିଡିଓ ଭାଇରାଲ ହୋଇଥିଲା। ଏନେଇ ମାମଲା ମଧ୍ୟ ହୋଇଥିଲା।

Post Comment




  
Captcha
Cannot Read? Click Here to generate a new one.


ଶ୍ରୀଜଗନ୍ନାଥଙ୍କ ପହଡ଼ ଖୋଲା ଦର୍ଶନ